୫ ଟ୍ରିଲିୟନ ଡଲାର ଜିଡିପି ଲକ୍ଷ୍ୟ କଷ୍ଟସାଧ୍ୟ

ନୂଆଦିଲ୍ଲୀ:  ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୮୩ ବିଲିୟନ ଡଲାରର କ୍ଷତି ସହିବାକୁ ପଡ଼ିଛି। ଏହି ଅବଧିରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ୭.୩% ଖସିଛି। ୨୦୨୫ ଯାଏ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ(ଲକ୍ଷ କୋଟି) ଡଲାର ଅର୍ଥ ବ୍ୟବସ୍ଥାରେ ରୂପାନ୍ତରିତ କରିବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ଲକ୍ଷ୍ୟ ହାସଲ କରିବା ବର୍ତ୍ତମାନ ଏକ ପ୍ରକାର ଅସମ୍ଭବ ବ୍ୟାପାର ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। କରୋନା ପୂର୍ବରୁ ଭାରତର ଜିଡିପିରେ ହ୍ରାସ ପରିଲକ୍ଷିତ ହୋଇଥିଲା। କରୋନା ମହାମାରୀ ସମସ୍ୟାକୁ ଆହୁରି ଜଟିଳ କରିଦେଇଛି। ଏହା ପୂର୍ବରୁ ୨୦୧୮ରେ ଭାରତର ଅଭିବୃଦ୍ଧି ନିମ୍ନଗାମୀ ହୋଇଚାଲିଛି। ଫଳରେ ସଞ୍ଚୟ ଏବଂ ନିବେଶ କ୍ଷେତ୍ରରେ ସୁଧହାର ହ୍ରାସ ହୋଇଛି। ବଜାର ବିଶେଷଜ୍ଞ କହିଛନ୍ତି, ବିମୁଦ୍ରୀକରଣ ଏବଂ ଜିଏସ୍‌ଟି କାର୍ଯ୍ୟକାରୀର ପ୍ରଭାବ ବଜାର ଉପରେ ପଡିଛି।
ବଜାର ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଥିବା ବେଳେ ସମସ୍ୟା ଏତେ ଶୀଘ୍ର ସମାଧାନ ହେବ ନାହିଁ କୁହାଯାଉଛି। କାରଣ କରୋନାର ଦୁଇଟି ଲହର ବଜାରକୁ ଆହୁରି ଚାପଗ୍ରସ୍ତ କରି ଦେଇଛି। ଦେଶ ମଧ୍ୟରେ ବେରୋଜଗାରୀ ବଢିବା ସହ ବ୍ୟବସାୟ କ୍ଷତି, ଲୋକଙ୍କ ସଞ୍ଚୟ ଏବଂ ଖର୍ଚ୍ଚ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏଭଳି ସ୍ଥିତିରେ ଅର୍ଥ ବ୍ୟବସ୍ଥାରେ ସୁଧାର, ଲୋକଙ୍କୁ ରୋଜଗାର ଦେବା, ନିବେଶ ଏବଂ ସଞ୍ଚୟ ଧାରା ଠିକ୍‌ କରିବାରେ ସମୟ ଲାଗିବ। ଅର୍ଥନୀତିଜ୍ଞଙ୍କ କହିବା ମୁତାବକ, ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟାର୍ଦ୍ଧରେ ଜିଡିପି ସୁଧାର ପଥକୁ ଫେରିପାରେ। ୨୦୧୨ ପରଠାରୁ ଭାରତୀୟ ଅର୍ଥ ବ୍ୟବସ୍ଥାରେ ବୃଦ୍ଧି ପରିଲକ୍ଷିତ ହୋଇଥିଲା। ଏହି ସମୟରେ ଜିଡିପି ୫.୫% ବଢିଥିଲା। ସେହିଭଳି ୨୦୧୩-୨୪ରେ ୬.୪%, ୨୦୧୪-୧୫ରେ ୭.୪%, ୨୦୧୫-୧୬ରେ ୮% ଜିଡିପି ରହିଥିଲା। ୨୦୧୬-୧୭ରେ ଜିଡିପି ୮.୩% ଥିବା ବେଳେ ଏହାର ପର ଆର୍ଥତ୍କ ବର୍ଷରେ ଏହା ୬.୮%କୁ ଖସିଥିଲା। ୨୦୧୮-୨୯ରେ ଜିଡିପି ୬.୫% ରହିଲା। ଯାହା ୨୦୧୯-୨୦ରେ ୪%କୁ ଖସିଆସିଲା। ଗତ ଆର୍ଥତ୍କ ବର୍ଷରେ ଜିଡିପି ୭.୩% ଖସିଛି। ଏହା ୪୦ ବର୍ଷର ସବୁଠାରୁ ସର୍ବନିମ୍ନ ସ୍ତର।
୨୦୨୫ ଯାଏ ୫ ଟ୍ରିଲିୟନ ଡଲାର ଜିଡିପି ହାସଲ କାହିଁକି କଷ୍ଟସାଧ୍ୟ ସେ ଉପରେ ନଜର ପକାଇଲେ ଜଣାପଡିବ ଯେ, କରୋନା ଯୋଗୁ ଜିଡିପିକୁ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିଛି। ଆଗାମୀ ୩ ବର୍ଷରେ ଭାରତକୁ ବାର୍ଷିକ ୨୫% ହିସାବରେ ଜିଡିପି ଅଭିବୃଦ୍ଧି ହାସଲ କରିବାକୁ ପଡ଼ିବ। ଏହା ହେଲେ ଯାଇ ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିହେବ। ମାତ୍ର ଏହା ହାସଲ କରିବା କଷ୍ଟକର। କାରଣ ଭାରତ ଅଦ୍ୟାବଧି ଏହି ହାରରେ କେବେ ଅଭିବୃଦ୍ଧି ହାସଲ କରିବାକୁ ସକ୍ଷମ ହୋଇନାହିଁ। କରୋନା ସଙ୍କଟ ଏବେ ଟଳିନାହିଁ। ଆଗକୁ ଯଦି ତୃତୀୟ ଏବଂ ଚତୁର୍ଥ ଲହର ଆସେ ତେବେ ଭାରତ ପାଇଁ ଏହା ଆହୁରି ବଡ଼ ଆହ୍ବାନ ହେବ। ବିଶେଷଜ୍ଞ କୁହନ୍ତି, ସବୁ କିଛି ପରେ ଯଦି ଅର୍ଥ ବ୍ୟବସ୍ଥା ଚଳିତ ବର୍ଷ ଟ୍ରାକ୍‌କୁ ଆସିଯାଏ ତେବେ ୨୫% ଅଭିବୃଦ୍ଧି କିଭଳି ହାସଲ କରିବ। ବିଶ୍ୱର ଅନ୍ୟ ପ୍ରମୁଖ ଅର୍ଥ ବ୍ୟବସ୍ଥାଗୁଡ଼ିକ କରୋନା କ୍ଷତି ପହଞ୍ଚାଇଛି। ଏଭଳି ସ୍ଥିତିରେ ଚଳିତ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ପ୍ରାୟ ୯% ବୃଦ୍ଧି ହେବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ଏବେ କେବଳ  Hello ପଠାଇବା ମାତ୍ରେ ମିଳିଯିବ PF  ଆକାଉଣ୍ଟର ସମସ୍ତ ସୂଚନା, ବଡ଼ ପଦକ୍ଷେପ ନେଲା… 

ନୂଆଦିଲ୍ଲୀ,୨୦।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ଖୁବଶୀଘ୍ର କୋଟି କୋଟି ଆକାଉଣ୍ଟଧାରୀଙ୍କ ପାଇଁ ଏକ ବଡ଼ ଡିଜିଟାଲ ସୁବିଧା ଆରମ୍ଭ କରିବାକୁ ଯାଉଛି । ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri