୫୦ ଫୁଟ୍‌ ରାସ୍ତା ପାଇଁ ୫ ଲକ୍ଷ ବ୍ୟୟ ଅଟକଳ

କାଳିଆପାଣି,୩୦ା୬(ଡି.ଏନ.ଏ.): କଂକ୍ରିଟ୍‌ ରାସ୍ତା ନିର୍ମାଣ ନାମରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ଅର୍ଥ ବେଆଇନ୍‌ ଭାବେ ହରିଲୁଟ ହେଉଥିବା ଅଭିଯୋଗ ହୋଇଛି। ମାତ୍ର ୫୦ ଫୁଟ କଂକ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ୫ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇ ବୋର୍ଡ ମରାଯାଇଛି। ଅନ୍ୟପକ୍ଷେ ସେହି କାମ ନିମ୍ନମାନର ହେଉଥିବା ଗ୍ରାମବାସୀ କହିଛନ୍ତି।
ସୂଚନା ଅନୁଯାୟୀ, ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଚିଙ୍ଗୁଡିପାଳ ପଞ୍ଚାୟତର ଧବାହାଳୀ ଗ୍ରାମରେ ନୂତନ ଭାବେ ଅନାମ ମହାନ୍ତଙ୍କ ଘରଠାରୁ ଶ୍ୟାମସୁନ୍ଦର ମହାନ୍ତଙ୍କ ଘର ପର୍ଯ୍ୟନ୍ତ କଂକ୍ରିଟ୍‌ ରାସ୍ତା ନିର୍ମାଣ କରାଯାଉଛି, ଯାହାର ବ୍ୟୟ ଅଟ୍ଟକଳ ୫ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଛି । ସୁକିନ୍ଦା ପଞ୍ଚାୟତ ସମିତି ଦ୍ବାରା ବିନା ଟେଣ୍ଡରରେ କେତେଜଣ ଲୋକଙ୍କୁ ସନ୍ତୁଷ୍ଟ କରିବାକୁ ରାସ୍ତା ନିର୍ମାଣ ନାଁରେ ଅର୍ଥ ପ୍ରଦାନ କରାଯାଇଛି । ନିର୍ମାଣଧୀନ ରାସ୍ତା କାମ ନିମ୍ନମାନର କରାଯାଉଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ତଳେ ବାଲି ଦେଇ ୭ ଇଞ୍ଚ ମେଣ୍ଟାଲିଂ କରି ଉପରେ ଅଳ୍ପ ଚିପ୍ସରେ କଂକ୍ରିଟ୍‌ କରାଯାଉଛି । ନିର୍ମାଣ ସାମଗ୍ରୀର ଭାଗମାପ ଠିକ୍‌ ରହୁନାହିଁ । ହାତ ମାରିଲେ ଚିପ୍ସଗୁଡିକ ବାହାରକୁ ଦେଖାଯାଉଛି । ଅଳ୍ପ ଦିନରେ ସେହି ଚିପ୍ସ ଉଠିଯିବ ବୋଲି ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କ ଜଣାଇଛନ୍ତି। ତେବେ ବିଭାଗୀୟ ଅଧିକାରୀ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ନେତାଙ୍କ କାମ ଆମେ କିଛି କରିପାରିବୁ ନାହିଁ ବୋଲି କହୁଛନ୍ତି । ଏନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ବାଘରାଇ ମାଝିଙ୍କୁ ଏ ସଂକ୍ରାନ୍ତରେ ଯୋଗାଯୋଗ କରାଯାଇଥିଲା । ହେଲେ ସେ କୌଣସି ଉତ୍ତର ନ ଦେଇ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri