୬ ଘଣ୍ଟିଆ ରେଳରୋକୋ, ବିଭିନ୍ନ ଷ୍ଟେଶନରେ ଅଟକିଲା ଟ୍ରେନ

ରୂପସା, ୧୦।୫(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନରେ ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ରହଣି ଦାବି ସୋମବାର ଆନ୍ଦୋଳନ ରୂପ ନେଇଛି। ହଳଦୀପଦା ପ୍ରଗତି ମଞ୍ଚ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ୬ଘଣ୍ଟିଆ ରେଳରୋକୋ କରାଯାଇଥିଲା। ଏହି ଷ୍ଟେଶନରେ ମୁଖ୍ୟତଃ ପୂର୍ବଭଳି ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ରହଣି, ରିଜର୍ଭେଶନ କାଉଣ୍ଟର ଖୋଲାଯିବା, ନିଧିପଣ୍ଡା ପୋଲ ଉପରେ ବ୍ରିଜ ନିର୍ମାଣ, ଷ୍ଟେଶନରେ ଏଟିଏମ୍‌, ପାନୀୟଜଳ ଓ ଉଜ୍ୱଳ ଆଲୋକ ବ୍ୟବସ୍ଥା, ଖଡ଼ଗପୁର-ଜଳେଶ୍ୱର ମେମୋ ଲୋକାଲ ଟ୍ରେନ୍‌ ବାଲେଶ୍ୱର ପର୍ଯ୍ୟନ୍ତ ସମ୍ପ୍ରସାରଣ ଆଦି ୧୦ଦଫା ଦାବି ପୂରଣ ପାଇଁ ବାରମ୍ବାର ରେଳ ବିଭାଗ ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲେ ହେଁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଉତ୍ତେଜନା ଦେଖାଦେଇଛି।
ରେଳ ମନ୍ତ୍ରଣାଳୟର ଖାମଖିଆଲି ମନୋଭାବ ପ୍ରତିବାଦରେ ପ୍ରଗତିମଞ୍ଚ ସଭାପତି ରବୀନ୍ଦ୍ରନାଥ ମହାନ୍ତି, ସମ୍ପାଦକ ବୀରେନ୍ଦ୍ର ନନ୍ଦ, ମୁଖ୍ୟ ଉପଦେଷ୍ଟା ରାଧାକୃଷ୍ଣ ଜେନା, ବିଜୟ ନାୟକ ଓ ଚୈତନ୍ୟ ସାହୁ ପ୍ରମୁଖଙ୍କ ନେତୃତ୍ୱରେ ସକାଳ ୬ଟାରୁ ରେଳରୋକୋ ହୋଇଥିଲା। ବିଭିନ୍ନ ଷ୍ଟେଶନରେ ମାଲବାହୀ ଓ ଯାତ୍ରୀବାହୀ ଟ୍ରେନ୍‌ ଅଟକିରହିବାରୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଜିଲା ପରିଷଦ ଚେୟାରମ୍ୟାନ ନାରାୟଣ ପ୍ରଧାନ, ବ୍ଲକ ଚେୟାରମ୍ୟାନ ସୁନୀତା ବେହେରା, ପୂର୍ବତନ ବିଧାୟକ ସୁଦର୍ଶନ ଯେନା, ଜିଲା ପରିଷଦ ସଭ୍ୟ ସଞ୍ଜୟ କୁମାର ସେଠୀ, ବରିଷ୍ଠ ବିଜେଡି ନେତା ଯଯାତି କେଶରୀ ଦାସ ଓ ଶକ୍ତିପଦ ରାୟଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଏହି ଆନ୍ଦୋଳନରେ ସାମିଲ ହୋଇ ଦାବିପୂରଣ ଦିଗରେ ରେଳମନ୍ତ୍ରଣାଳୟ ପକ୍ଷରୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦୃଷ୍ଟି ଆକର୍ଷଣ କରିଥିଲେ। ସଦର ଅତିରିକ୍ତ ତହସିଲଦାର ଅତନୁ ପ୍ରଧାନ, ଆଇଆଇସି ଅଶୋକ କୁମାର ନାୟକ, ରେଳବିଭାଗ ଏସିଏମ୍‌ ଆଶୁତୋଷ ସିଂହ, କମର୍ସିଆଲ ଇନ୍ସପେକ୍ଟର ଏସ୍‌. ଶାହା, ଡିଟିଆଇ ଏ.କେ. ଖୁଣ୍ଟିଆ ପ୍ରମୁଖ ପହଞ୍ଚି ତ୍ରିପାକ୍ଷିକ ଆଲୋଚନା କରିଥିଲେ। ପର୍ଯ୍ୟାୟକ୍ରମେ ଦାବିପୂରଣ ହେବା ସହ ଆସନ୍ତା ୨୫ତାରିଖ ସୁଦ୍ଧା ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଟ୍ରେନ୍‌ ରହଣି ହେବ ବୋଲି ଲିଖିତ ପ୍ରତିଶ୍ରୁତି ମିଳିବା ପରେ ମଧ୍ୟାହ୍ନ ୧୨ଟାରେ ରେଳରୋକୋ ପ୍ରତ୍ୟାହୃତ ହୋଇଥିଲା। ପ୍ରତିଶ୍ରୁତି ପୂରଣ ନ ହେଲେ ପୁଣି ଆସନ୍ତା ୨୬ତାରିଖରେ ରେଳରୋକୋ ହେବ ବୋଲି ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି। ଆଲୋଚନା ବେଳେ ଆରପିଏଫ୍‌ ଆସିଷ୍ଟାଣ୍ଟ ସିକ୍ୟୁରିଟି କମିଶନର ବରୁଣ କୁମାର, ଆଇଆଇସି ଏସ୍‌.କେ. ସିହ୍ନା, ଜିଆର୍‌ପି ଡ଼ିଏସ୍‌ପି ଏସ୍‌ଆର କର, ଆଇଆଇସି ଡିସି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବରୁ ମଧ୍ୟ ବାରମ୍ବାର ପ୍ରତିଶ୍ରୁତି ମୁତାବକ ବିଭାଗୀୟ ପଦକ୍ଷେପ ନିଆଯାଉ ନ ଥିବାରୁ ୨୦୨୧ ଫେବୃୟାରୀ ୧୫, ଏପ୍ରିଲ ୫, ମେ’ ୧୦ ଏବଂ ୨୦୨୨ ଏପ୍ରିଲ ୧୮ ଓ ମେ’ ୯ ରେ ରେଳରୋକୋ ଡାକରା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?