୬୦ ବର୍ଷୀୟ ଅଭିଯୁକ୍ତଙ୍କୁ ଦୁଇ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୦ା୨: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ଅଧିକ ୪ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବାଲିଗୁଡା ଥାନା ଅଞ୍ଚଳର ହରିବନ୍ଧୁ ପାତ୍ର(୬୦)। ୨୦୧୬ ନଭେମ୍ବର ୨୬ ତାରିଖରେ ନାବାଳିକା ଜଣକ ଘରେ ଏକୁଟିଆ ଥିଲେ ା ହରିବନ୍ଧୁ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ଘଟଣା ବିଷୟରେ କାହାକୁ କହିଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ନାବାଳିକା ଜଣକ ବାରମ୍ବାର ବଳାତ୍କାରର ଶୀକାର ହେବା ପରେ ଗର୍ଭବତୀ ହୋଇଥିଲେ ା ଏହା ଜଣାପଡିବା ପରେ ଗ୍ରାମରେ ବୈଠକ ବସିଥିିଲା ା କିନ୍ତୁ ହରିବନ୍ଧୁ ସେଠାରେ ନିଜ ଦୋଷ ସ୍ବୀକାର କରିବାକୁ ନାରାଜ ଥିଲେ। ପୀଡ଼ିତା ଜଣକ ୨୦୧୭ ମାର୍ଚ୍ଚ ୩୦ରେ ବାଲିଗୁଡା ଥାନାରେ ଏତାଲା ଦେଇଥିଲେ। ପୋଲିସ ୪୩/୧୭ରେ ମାମଲା ରୁଜୁ କରି ହରିବନ୍ଧୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ା ୯ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?