Posted inଖେଳ

୬୧୧ ଦିନର ଅପେକ୍ଷାର ହୋଇପାରେ ଅନ୍ତ: ଏହି ଖେଳାଳିଙ୍କୁ ମିଳିବ କି ଭାରତର ଚୂଡାନ୍ତ ଏକାଦଶରେ ସ୍ଥାନ

କଲମ୍ବୋ,୨।୮: ଅଗଷ୍ଟ ୨ ଅର୍ଥାତ୍‌ ଆଜିଠାରୁ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଗତ ବର୍ଷ ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତୀୟ ଦଳ ଏହାର ଶେଷ ଦିନିକିଆ ସିରିଜ ଖେଳିଥିଲା। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫିକୁ ଧ୍ୟାନରେ ରଖି ଅଧିନାୟକ ରୋହିତ ଶର୍ମାଙ୍କ ସମେତ ସମସ୍ତ ବରିଷ୍ଠ ଖେଳାଳି ଶ୍ରୀଲଙ୍କା ବିପକ୍ଷ ଏହି ସିରିଜରେ ଦଳର ଅଂଶ ଅଛନ୍ତି। ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମଧ୍ୟ ଦୀର୍ଘ ଦିନ ପରେ ଦିନିକିଆ ଦଳକୁ ଫେରିଛନ୍ତି। ୨୦୨୨ ନଭେମ୍ବରରେ ଏହି ଫର୍ମାଟରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ, ପରେ ଏକ କାର ଦୁର୍ଘଟଣାରେ ଆହତ ହୋଇ ପନ୍ତ ଏକ ବର୍ଷ ବାହାରେ ରହିଥିଲେ।
ସମ୍ପୂର୍ଣ୍ଣ ଫିଟ ହେବା ପରେ ରିଷଭ ପନ୍ତ ଟି-୨୦ ବିଶ୍ୱକପ ୨୦୨୪ରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିଲେ। ବର୍ତ୍ତମାନ ସେ ଶ୍ରୀଲଙ୍କା ଗସ୍ତରେ ଦିନିକିଆ ଫର୍ମାଟ ସିରିଜ ପାଇଁ ଘୋଷିତ ଦଳର ଏକ ଅଂଶ। ଏଭଳି ପରିସ୍ଥିତିରେ ଅଗଷ୍ଟ ୨ରେ ଅନୁଷ୍ଠିତ ହେବାକୁ ଥିବା ଏହି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆର ୧୧ଟି ଖେଳାଳିଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମ୍ୟାଚ୍‌ରେ ରିଷଭ ପନ୍ତଙ୍କ ଖେଲିବାର ସୁଯୋଗ ମିଳିବାର ସମ୍ଭାବନା ରହିଛି। ଯଦି ସେ ଖେଳନ୍ତି, ତେବେ ୬୧୧ ଦିନ ଅପେକ୍ଷାର ଅନ୍ତ ହେବ। ୨୦୨୨ରେ ନଭେମ୍ବର ମାସରେ ପନ୍ତ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ଦିନିକିଆ ମ୍ୟାଚ ଖେଳିଥିଲେ। ରିଷଭ ପନ୍ତଙ୍କ ବ୍ୟତୀତ ଦିନିକିଆ ସିରିଜ ପାଇଁ ଘୋଷିତ ଭାରତୀୟ ଦଳର ଦ୍ୱିତୀୟ ଉଇକେଟ କିପର ଭାବରେ କେ.ଏଲ ରାହୁଲଙ୍କ ବିକଳ୍ପ ମଧ୍ୟ ରହିଛି। ଏଭଳି ପରିସ୍ଥିତିରେ ଅଧିନାୟକ ରୋହିତ ଶର୍ମା ୧୧ ଖେଳୁଥିବା ଦୁଇ ଖେଳାଳିଙ୍କ ମଧ୍ୟରୁ କାହାକୁ ବାଛିବା ଆଦୌ ସହଜ କାର୍ଯ୍ୟ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri