Posted inଖେଳ

୬୧୧ ଦିନର ଅପେକ୍ଷାର ହୋଇପାରେ ଅନ୍ତ: ଏହି ଖେଳାଳିଙ୍କୁ ମିଳିବ କି ଭାରତର ଚୂଡାନ୍ତ ଏକାଦଶରେ ସ୍ଥାନ

କଲମ୍ବୋ,୨।୮: ଅଗଷ୍ଟ ୨ ଅର୍ଥାତ୍‌ ଆଜିଠାରୁ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଗତ ବର୍ଷ ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତୀୟ ଦଳ ଏହାର ଶେଷ ଦିନିକିଆ ସିରିଜ ଖେଳିଥିଲା। ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫିକୁ ଧ୍ୟାନରେ ରଖି ଅଧିନାୟକ ରୋହିତ ଶର୍ମାଙ୍କ ସମେତ ସମସ୍ତ ବରିଷ୍ଠ ଖେଳାଳି ଶ୍ରୀଲଙ୍କା ବିପକ୍ଷ ଏହି ସିରିଜରେ ଦଳର ଅଂଶ ଅଛନ୍ତି। ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ମଧ୍ୟ ଦୀର୍ଘ ଦିନ ପରେ ଦିନିକିଆ ଦଳକୁ ଫେରିଛନ୍ତି। ୨୦୨୨ ନଭେମ୍ବରରେ ଏହି ଫର୍ମାଟରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ, ପରେ ଏକ କାର ଦୁର୍ଘଟଣାରେ ଆହତ ହୋଇ ପନ୍ତ ଏକ ବର୍ଷ ବାହାରେ ରହିଥିଲେ।
ସମ୍ପୂର୍ଣ୍ଣ ଫିଟ ହେବା ପରେ ରିଷଭ ପନ୍ତ ଟି-୨୦ ବିଶ୍ୱକପ ୨୦୨୪ରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିଲେ। ବର୍ତ୍ତମାନ ସେ ଶ୍ରୀଲଙ୍କା ଗସ୍ତରେ ଦିନିକିଆ ଫର୍ମାଟ ସିରିଜ ପାଇଁ ଘୋଷିତ ଦଳର ଏକ ଅଂଶ। ଏଭଳି ପରିସ୍ଥିତିରେ ଅଗଷ୍ଟ ୨ରେ ଅନୁଷ୍ଠିତ ହେବାକୁ ଥିବା ଏହି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆର ୧୧ଟି ଖେଳାଳିଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମ୍ୟାଚ୍‌ରେ ରିଷଭ ପନ୍ତଙ୍କ ଖେଲିବାର ସୁଯୋଗ ମିଳିବାର ସମ୍ଭାବନା ରହିଛି। ଯଦି ସେ ଖେଳନ୍ତି, ତେବେ ୬୧୧ ଦିନ ଅପେକ୍ଷାର ଅନ୍ତ ହେବ। ୨୦୨୨ରେ ନଭେମ୍ବର ମାସରେ ପନ୍ତ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ଦିନିକିଆ ମ୍ୟାଚ ଖେଳିଥିଲେ। ରିଷଭ ପନ୍ତଙ୍କ ବ୍ୟତୀତ ଦିନିକିଆ ସିରିଜ ପାଇଁ ଘୋଷିତ ଭାରତୀୟ ଦଳର ଦ୍ୱିତୀୟ ଉଇକେଟ କିପର ଭାବରେ କେ.ଏଲ ରାହୁଲଙ୍କ ବିକଳ୍ପ ମଧ୍ୟ ରହିଛି। ଏଭଳି ପରିସ୍ଥିତିରେ ଅଧିନାୟକ ରୋହିତ ଶର୍ମା ୧୧ ଖେଳୁଥିବା ଦୁଇ ଖେଳାଳିଙ୍କ ମଧ୍ୟରୁ କାହାକୁ ବାଛିବା ଆଦୌ ସହଜ କାର୍ଯ୍ୟ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?