ମିହିରଙ୍କ ୭ଫୁଟର ପ୍ରତିମୂର୍ତ୍ତି ତିଆରି କଲେ କୁମ୍ଭାରସାହି ବାସିନ୍ଦା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ମିହିର ଦାସଙ୍କର ନିକଟରେ ପରଲୋକ ଘଟିଛି। ସେ ଦର୍ଶକଙ୍କ ଗହଣରେ ନାହାନ୍ତି ସତ, କିନ୍ତୁ ନିଜର ଚମତ୍କାର, ହୃଦୟ ସ୍ପର୍ଶୀ ଅଭିନୟ ପାଇଁ ସମସ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଛାଡ଼ି ଯାଇଛନ୍ତି। କଳାକାର କେବେ ମରେ ନାହିଁ, ନିଜ କଳା ଜରିଆରେ ଲୋକଙ୍କ ମନ ଆଉ ହୃଦୟରେ ସବୁଦିନ ବଞ୍ଚତ୍ ରହେ, ଯାହା ମିହିରଙ୍କ କ୍ଷେତ୍ରରେ ବି ଦେଖିବାକୁ ମିଳୁଛି। ତାଙ୍କୁ ଭଲ ପାଇବାର ନିଆରା ନିଦର୍ଶନ ସ୍ବରୂପ କଟକ କୁମ୍ଭାର ସାହିର ବାସିନ୍ଦା କାକାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏକ ପ୍ରତିମୂର୍ତ୍ତି ତିଆରି କରୁଛନ୍ତି। ପ୍ରାୟ ୧୦ଦିନ ଧରି ଦିନରାତି ଏକକରି ୧୫ଜଣ ଶିଳ୍ପୀ ମୂର୍ତ୍ତି ତିଆରିରେ ଲାଗିପଡିଛନ୍ତି। ଏହାର ଉଚ୍ଚତା ପ୍ରାୟ ୭ ଫୁଟ ରହିଥିବାବେଳେ ଅବିକଳ ମିହିର ଦାସଙ୍କ ପ୍ରତିଛବି ଭଳି ଦୃଶ୍ୟମାନ ହେଉଛି। ଶୁକ୍ରବାର ୧୧ ତାରିଖରେ ମିହିରଙ୍କ ୬୩ତମ ଜନ୍ମଦିନ ଅବସରରେ ଏହି ମୂର୍ତ୍ତିର ଅନାବରଣ କରାଯିବ।
ସୂଚନା ଅନୁସାରେ, ମାଟିର ଏହି ମୂର୍ତ୍ତି ତିଆରି ପଛରେ ଏକ ରୋଚକ କାହାଣୀ ରହିଛି। ଜଣେ ମୂର୍ତ୍ତି କାରିଗରର ଜୀବନୀକୁ ନେଇ ଫିଲ୍ମ ‘ମାଟିର ବନ୍ଧନ’ ତିଆରି ହୋଇଥିଲା। ଚଳଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ମିହିର ଦାସ। କଟକ କୁମ୍ଭାର ସାହିରେ ସେହି ଫିଲ୍ମର କିଛି ଦୃଶ୍ୟ ଶୁଟିଂ ମଧ୍ୟ ହୋଇଥିଲା। କୌଣସି କାରଣରୁ ଫିଲ୍ମଟି ଏଯାଏ ରିଲିଜ୍‌ ହୋଇପାରିନାହିଁ। ତେଣୁ କଟକ କୁମ୍ଭାର ସାହିର ଶିଳ୍ପୀମାନେ ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏହି ମାଟିର ମୂର୍ତ୍ତି ନିର୍ମାଣ କରିଛନ୍ତି। ସଂସ୍କୃତି ବିଭାଗ କିମ୍ବା କଳିଙ୍ଗ ଷ୍ଟୁଡିଓ ପରିସରରେ ମିହିର ଦାସଙ୍କ ଏହି ମୂର୍ତ୍ତି ରଖିବାକୁ ଶ୍ରୀତମ ଦାସ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri