ଆଜି ଦିଆଯିବ ୭ବର୍ଷର ଧର୍ମପଦ ପୁରସ୍କାର

ଭୁବନେଶ୍ୱର, ୧୦।୮(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟକଳା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ବହୁ ପ୍ରତୀକ୍ଷିତ ଧର୍ମପଦ ପୁରସ୍କାର ସୋମବାର ପ୍ରଦାନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ରାଜ୍ୟର ୭ଜଣ ବରିଷ୍ଠ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀଙ୍କୁ ଏହି ସର୍ବୋଚ୍ଚ ସମ୍ମାନ ମିଳିବ। ବହୁ ବାଦ ବିବାଦ ମଧ୍ୟରେ ୨୦୦୯ରୁ ଅଟକି ରହିଥିବା ଏହି ପୁରସ୍କାର ୭ବର୍ଷ ପାଇଁ ଯୋଗ୍ୟ ପ୍ରତିଭାଙ୍କ ସହ ମୃତ ଶିଳ୍ପୀ/ପ୍ରତିଭାଙ୍କୁ ମରଣୋତ୍ତରଭାବେ ପ୍ରଦାନ କରାଯିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।
୨୦୦୯ ମସିହା ପାଇଁ ସ୍ବର୍ଗତ ଗୋକୁଳ ବିହାରୀ ପଟ୍ଟନାୟକ ମରଣୋତ୍ତରଭାବେ ଏହି ସମ୍ମାନଜନକ ପୁରସ୍କାର ପାଇବେ। ସେହିଭଳି ୨୦୧୦ ପାଇଁ ଚିତ୍ର ଓ ମଞ୍ଚଶିଳ୍ପୀ ସ୍ବର୍ଗତ ଅସୀମ ବସୁ, ୨୦୧୧ ପାଇଁ ଖଲ୍ଲିକୋଟ କଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ. ଦୁର୍ଗାପ୍ରସାଦ ଦାସ, ୨୦୧୨ ପାଇଁ ବିଶିଷ୍ଟ ଭାସ୍କର୍ଯ୍ୟଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ସାହୁ, ୨୦୧୩ ପାଇଁ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚିତ୍ରଶିଳ୍ପୀ ଯତୀନ ଦାସ, ୨୦୧୪ ପାଇଁ ଶିଳ୍ପୀ ଓ କଳା ସମାଲୋଚକ ସ୍ବର୍ଗତ ଡ. ଦୀନନାଥ ପାଠୀ ଏବଂ ୨୦୧୫ ପାଇଁପଦ୍ମବିଭୂଷଣ ଡ. ରଘୁନାଥ ମହାପାତ୍ରଙ୍କୁ ଧର୍ମପଦ ପୁରସ୍କାର ମିଳିବ। ପୁରସ୍କାର ରାଶି ସ୍ବରୂପ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରାଯିବ। କୋଭିଡ୍‌ କଟକଣା ଯୋଗୁ କୌଣସି ବିଶେଷ ଉତ୍ସବ କିମ୍ବା କାର୍ଯ୍ୟକ୍ରମର ଆୟୋଜନ କରା ନ ଯାଇ ଶିଳ୍ପୀଙ୍କ ଘରେ ପୁରସ୍କାର ପ୍ରଦାନ କରାଯିବ। କୋର୍ଟରେ ମାମଲା ଯୋଗୁ ଦୀର୍ଘଦିନ ଧରି ଏହି ପୁରସ୍କାର ପ୍ରଦାନ କରାଯାଇ ପାରୁ ନ ଥିଲା। ମାମଲା ଫଇସଲା ହେବାପରେ ପୁରସ୍କାର ପ୍ରଦାନ ନେଇ ବିଭାଗ ତପତ୍ରତା ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri