ମେ ଶେଷ ସୁଦ୍ଧା ସରିବ ଆଠଗଡ଼ ବସ୍‌ଷ୍ଟାଣ୍ଡ କାମ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ମେ ମାସ ଶେଷସୁଦ୍ଧା ସମ୍ପୂର୍ଣ୍ଣ ହେବ। ଗୁରୁବାର ଲୋକସେବା ଭବନରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇ ଏହି ନିଷ୍ପତ୍ତି ନିଆଯାଇଛି ା ବୈଠକରେ ଆଠଗଡ଼ ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ଶେଷକରି ଏହାକୁ ଯଥାଶୀଘ୍ର ଯାତ୍ରୀମାନଙ୍କ ନିମନ୍ତେ ଲୋକାର୍ପିତ କରିବା ପାଇଁ ମନ୍ତ୍ରୀ ସ୍ବାଇଁ କହିଛନ୍ତି। ଆଠଗଡ଼ ବସ୍‌ଷ୍ଟାଣ୍ଡର ମୂଳ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ବସ୍‌ଷ୍ଟାଣ୍ଡର ପାଚେରି, ଗେଟ୍‌, ସଂଯୋଗକାରୀ ରାସ୍ତା କାମ ଚାଲିଛି। ବସ୍‌ଷ୍ଟାଣ୍ଡ କାର୍ଯ୍ୟାଳୟର ଆସବାବପତ୍ର, ଯାତ୍ରୀମାନଙ୍କ ବସିବା ସୁବିଧା, ଫ୍ୟାନ୍‌ ଓ ଆନୁଷଙ୍ଗିକ ସୁବିଧାର ନିର୍ମାଣ ମେ ଶେଷ ସୁଦ୍ଧା ଶେଷ କରିବା ପାଇଁ ବୈଠକରେ ପରିବହନ ମନ୍ତ୍ରୀ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାୟ ୪ କୋଟି ୯୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ବସ୍‌ଷ୍ଟାଣ୍ଡ ନିମନ୍ତେ ବକେୟା ଥିବା ସମସ୍ତ ଅର୍ଥ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ସପ୍ତାହକ ମଧ୍ୟରେ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ମୁଖ୍ୟ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେଖ CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri