ଉଚ୍ଛେଦ ହେଲା ପରିତ୍ୟକ୍ତ ସ୍କୁଲ ଗୃହ

ଅନୁଗୋଳ ଅଫିସ, ୧୩।୫: ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦର ସମ୍ମୁଖରେ ଥିବା ବଜାରପଡ଼ା ବିଦ୍ୟାଳୟର ପରିତ୍ୟକ୍ତ ଗୃହକୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଉକ୍ତ ଜାଗାକୁ ପ୍ରଶାସନ ହାତକୁ ନେଇଛି। ସେଠାରେ ଖାଓ ଗଳି ପାଇଁ ପାର୍କିଂ ବ୍ୟବସ୍ଥା କରାଯିବାକୁ ଥିବାବେଳେ ସାଧାରଣ ଲୋକଙ୍କ ପାଇଁ କାଫେ ବ୍ୟବସ୍ଥା ମଧ୍ୟ କରାଯିବାକୁ ଯୋଜନା ରହିଥିବା ଜଣାପଡ଼ିଛି। ଏ ନେଇ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ଉକ୍ତ ଗୃହକୁ ଉଚ୍ଛେଦ କରାଯାଇଥିବା ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ସୂଚନା ଦେଇଛନ୍ତି।
ଅନୁଗୋଳ ଜଗନ୍ନାଥ ମନ୍ଦିର ଛକ ଠାରୁ ବିଇଡି କଲେଜ ଛକ ପର୍ଯ୍ୟନ୍ତ ନୋ ପାର୍କିଂ ଜୋନ କରାଯିବ। ଏଥିସହ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳରେ ମଧ୍ୟ ରୋକ୍‌ ଲଗାଯିବ। ରାସ୍ତାର ଉଭୟ ପାର୍ଶ୍ୱରେ ଲୋକଙ୍କୁ ଫାଷ୍ଟଫୁଡ୍‌ ପାଖରୁ ଆରମ୍ଭ କରି ଚଟପଟା ଖାଦ୍ୟ ପରଷାଯିବ। ଏ ନେଇ ଅନୁଗୋଳ ପୌରପାଳିକା ପକ୍ଷରୁ ପୂର୍ବରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଥିଲା। ଏବେ ଏହାକୁ କାର୍ଯ୍ୟକାରୀ କରାଯିବା ପାଇଁ ଯୋଜନା କରାଯାଇଛି। ତେଣୁ ବଜାରପଡ଼ାଠାରେ ବନ୍ଦ ପଡ଼ିଥିବା ବିଦ୍ୟାଳୟ ଗୃହ ପରିତ୍ୟକ୍ତ ଅବସ୍ଥାରେ ଥିବାରୁ ସେଠାରେ ଦୁଇ ଚକିଆ ପାର୍କିଂ ପାଇଁ ବ୍ୟବସ୍ଥା କରାଯିବ। ସେହିଭଳି ଚାରିଚକିଆ ପାର୍କିଂ ପାଇଁ ଦଶହରା ପଡ଼ିଆକୁ ବଛାଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଖାଓ ଗଳି ହେବା ପରେ ସେଠରେ ଲୋକମାନେ ଚାଲିଚାଲି ଯାଇ ଖାଦ୍ୟପେୟର ମଜା ଉଠାଇ ପାରିବେ। ତେଣୁ ପାର୍କିଂ ବ୍ୟବସ୍ଥା ଉକ୍ତ ସ୍ଥାନରେ କରାଯିବାକୁ ଥିବା ସୂଚନା ପ୍ରଦାନ କରାଯାଇଛି। ଉଚ୍ଛେଦ ସମୟରେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କ ସହ ପୌର କର୍ମଚାରୀ ଓ ଜିଲା ପ୍ରଶାସନର ଅଧିକାରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri