ବିବାହ ପରଠାରୁ ନବବଧୂଙ୍କ ଉପରେ ଆରମ୍ଭ ହୋଇଥିଲା ଅତ୍ୟାଚାର, ୪ ବର୍ଷ ପରେ ଅଧିକ ଯୌତୁକ ଆଣିବାକୁ କହି ଶେଷରେ…

ଧର୍ମଶାଳା,୧୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନେଉଳପୁର କଣ୍ଟାବଣିଆଁ ସଂଖ୍ୟାଲଘୁ ସାହିରେ ଯୌତୁକ ପାଇଁ ଜଣେ ବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଚହଟା ମୁସଲମାନ ସାହିର ମହମ୍ମଦ ସବିରଙ୍କ ଝିଅ ଆରଜୁ ବାନୁ ଚାରିବର୍ଷ ତଳେ ନେଉଳପୁର ନିକଟ କଣ୍ଟାବଣିଆଁ ମୁସଲମାନ ସାହିର ମହସିମ ଖାନ୍‌ଙ୍କୁ ବିବାହ କରିଥଲେ। ଯୌତୁକ ବାବଦକୁ ସମସ୍ତ ସାମଗ୍ରୀ ମଧ୍ୟ ଦିଆଯାଇଥିଲା। ତେବେ ବିବାହ ପରେ ଅଧିକ ଯୌତୁକ ପାଇଁ ତାଙ୍କ ଉପରେ ଶାଶୁଘର ଲୋକେ ଅତ୍ୟାଚାର କରୁଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ରାତିରେ ବୋହୂକୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ତାକୁ ବଡ଼ଚଣା ମେଡିକାଲ ନେଇଥିଲେ। ସେଠାରୁ ତାଙ୍କୁ କଟକ ମେଡିକାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ଝିଅକୁ ଶାଶୁ ଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମୃତଦେହକୁ ଜବତ କରିବା ସହ ମୃତକଙ୍କ ଶାଶୁ ଓ ଶ୍ୱଶୁରଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ଏହି ଘଟଣାକୁ ନେଇ ଗ୍ରାମବାସୀ ଥାନାରେ ପହଞ୍ଚି ପ୍ରତିବାଦ କରି କରିବା ସହିତ ମୃତକଙ୍କ ସ୍ବାମୀଙ୍କୁ ଗିରଫ କରି ଉଚିତ ଶାସ୍ତି ଦେବାକୁ ଦାବି କରିଛନ୍ତି। ତେବେ ଏ ସମ୍ପର୍କରେ ମୃତକଙ୍କ ଶାଶୁଘର ଲୋକେ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri