ଭୂତକୋଠି ପାଲଟିଛି ସୁଲଭ ଶୌଚାଳୟ

ଭେଡେନ,୨।୩(ଡି.ଏନ.ଏ.): ବରଗଡ ଜିଲା ଭେଡେନ ଟ୍ରେକର ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟ ଏବେ ବ୍ୟବହାର ଅନୁପଯୋଗୀ ହୋଇ ଭୂତକୋଠି ପାଲଟିଛି। ଲୋକେ ଏହାର ସୁଯୋଗ ନେଇ ଅଳିଆ ଆବର୍ଜନା ଏହା ଭିତରକୁ ଫିଙ୍ଗିଦେଉଥବାରୁ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ଫଳରେ ଶୌଚାଳୟ ଚତୁଃପାର୍ଶ୍ୱରେ ରହୁଥିବା ପରିବାର ଅନେକ ସଂକ୍ରାମକ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଶୌଚାଳୟ ନ ଥିବାରୁ ପ୍ରତ୍ୟହ ବ୍ଲକ ମହକୁମାକୁ ବିଭିନ୍ନ କାମରେ ଆସୁଥିବା ୨୨ଟି ପଞ୍ଚାୟତର ହଜାର ହଜାର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ମହିଳାମାନେ ବେଶୀ ଅସୁବିଧା ଭୋଗୁଛନ୍ତି। ଏପରିକି ଜିଲା ସଦର ମହକୁମାକୁ ଯିବା ଆସିବା ପାଇଁ ବସ୍‌ଷ୍ଟାଣ୍ଡରେ ଅପେକ୍ଷାରତ ଯାତ୍ରୀମାନଙ୍କ ସମାନ ଅବସ୍ଥା। ଏହି ସୁଲଭ ଶୌଚାଳୟକୁ ପୁନରୁଦ୍ଧାର ପାଇଁ ସ୍ଥାନୀୟ ସରପଞ୍ଚ ଅକ୍ଷୟ ନାଏକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ବି କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ତେବେ ଶୀଘ୍ର ଏହାର ପୁନରୁଦ୍ଧାର କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସରପଞ୍ଚ ନାଏକଙ୍କ ସମେତ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି । ସୂଚନାଯୋଗ୍ୟ, ୧୯୯୪ ନଭେମ୍ବର ୨୭ରେ ବରଗଡର ତତ୍କାଳୀନ ଜିଲାପାଳଙ୍କ ଦ୍ୱାରା ଏହାର ଉଦ୍‌ଘାଟନ କରାଯାଇଥିଲା। ପରେ ଏହି ଶୌଚାଳୟ ମାତ୍ର ୩ ବର୍ଷ ସୂଚାରୁ ରୂପେ ଚାଲିବା ପରେ ବନ୍ଦ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri