ଭୂତକୋଠି ପାଲଟିଛି ସୁଲଭ ଶୌଚାଳୟ

ଭେଡେନ,୨।୩(ଡି.ଏନ.ଏ.): ବରଗଡ ଜିଲା ଭେଡେନ ଟ୍ରେକର ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟ ଏବେ ବ୍ୟବହାର ଅନୁପଯୋଗୀ ହୋଇ ଭୂତକୋଠି ପାଲଟିଛି। ଲୋକେ ଏହାର ସୁଯୋଗ ନେଇ ଅଳିଆ ଆବର୍ଜନା ଏହା ଭିତରକୁ ଫିଙ୍ଗିଦେଉଥବାରୁ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ଫଳରେ ଶୌଚାଳୟ ଚତୁଃପାର୍ଶ୍ୱରେ ରହୁଥିବା ପରିବାର ଅନେକ ସଂକ୍ରାମକ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଶୌଚାଳୟ ନ ଥିବାରୁ ପ୍ରତ୍ୟହ ବ୍ଲକ ମହକୁମାକୁ ବିଭିନ୍ନ କାମରେ ଆସୁଥିବା ୨୨ଟି ପଞ୍ଚାୟତର ହଜାର ହଜାର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ମହିଳାମାନେ ବେଶୀ ଅସୁବିଧା ଭୋଗୁଛନ୍ତି। ଏପରିକି ଜିଲା ସଦର ମହକୁମାକୁ ଯିବା ଆସିବା ପାଇଁ ବସ୍‌ଷ୍ଟାଣ୍ଡରେ ଅପେକ୍ଷାରତ ଯାତ୍ରୀମାନଙ୍କ ସମାନ ଅବସ୍ଥା। ଏହି ସୁଲଭ ଶୌଚାଳୟକୁ ପୁନରୁଦ୍ଧାର ପାଇଁ ସ୍ଥାନୀୟ ସରପଞ୍ଚ ଅକ୍ଷୟ ନାଏକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ବି କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ତେବେ ଶୀଘ୍ର ଏହାର ପୁନରୁଦ୍ଧାର କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସରପଞ୍ଚ ନାଏକଙ୍କ ସମେତ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି । ସୂଚନାଯୋଗ୍ୟ, ୧୯୯୪ ନଭେମ୍ବର ୨୭ରେ ବରଗଡର ତତ୍କାଳୀନ ଜିଲାପାଳଙ୍କ ଦ୍ୱାରା ଏହାର ଉଦ୍‌ଘାଟନ କରାଯାଇଥିଲା। ପରେ ଏହି ଶୌଚାଳୟ ମାତ୍ର ୩ ବର୍ଷ ସୂଚାରୁ ରୂପେ ଚାଲିବା ପରେ ବନ୍ଦ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri