ମୃତଦେହ ନେଇ ଆମ୍ବୁଲାନ୍ସ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୪ ଜୀବନ

ରାୟଗଡା ଅଫିସ,୧୩।୮: ରାୟଗଡ଼ା ଜିଲା ଅମ୍ବାଦଳା ଥାନା ମଞ୍ଜୁରୁକୁପା ନିକଟରେ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାସ୍ଥଳରେ ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇ ମୁନିଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ବିଷମକଟକରୁ ବଲାଙ୍ଗୀର ଜିଲା ବଙ୍ଗମୁଣ୍ଡା କପିଲଭଟ୍ଟାକୁ ଆମ୍ବୁଲାନ୍ସ ଯାଉଥିବା ବେଳେ ବୀପରୀତ ଦିଗରୁ ଝରସୁଗୁଡ଼ାରୁ ଟିକିରି ଯାଉଥିବା ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ବିଷମକଟକ ଡାକ୍ତରଖାନାକୁ ଜଣେ ମହିଳା ଚିକିତ୍ସା ପାଇଁ ଆସିଥିଲେ। ତାଙ୍କ ମୃତଦେହ ଆମ୍ବୁଲାନ୍ସ ଯୋଗେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri