ଦୁର୍ଘଟଣା ଛଡ଼ାଇନେଲା ପରିବାରର ଖୁସି: ସ୍ବାମୀ ବିଛଣାରେ, ସହାୟତା ମାଗୁଛନ୍ତି ସ୍ତ୍ରୀ

ଆରଡି,୨୦।୮(ଡି.ଏନ.ଏ.):  ଦୁର୍ଘଟଣାରେ ମେରୁଦଣ୍ଡ ହାଡ଼ ଭାଙ୍ଗିଯାଇଛି। ମାସେ ହେଲା ବିଛଣାରେ ପଡ଼ି ରହିଛନ୍ତି ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ ଓଳଗ ଗ୍ରାମର ସୁରେଶ ସୁତାର(୪୦)। ଅଧିକ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ସୁରେଶଙ୍କ ଆରୋଗ୍ୟ ଲାଗି ତାଙ୍କ ସ୍ତ୍ରୀ ରତ୍ନପ୍ରଭା ସହାୟତା ମାଗୁଛନ୍ତି।
ଗତ ଜୁଲାଇ ୨୬ରେ ସୁରେଶ ଏକ ବାଇକ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେ ଯାଜପୁର ଜିଲା ମଙ୍ଗଳପୁରରୁ ଫେରୁଥିବା ବେଳେ ଅନ୍ୟ ଜଣେ ବ୍ୟକ୍ତି ତାଙ୍କୁ ବାଇକ୍‌ ଧକ୍କା ଦେଇଥିଲେ। ରାସ୍ତାପାର୍ଶ୍ୱରେ ଅଚେତ ଅବସ୍ଥାରେ ପଡ଼ି ରହିଥିବା ସୁରେଶଙ୍କୁ ସ୍ଥାନୀୟ ଯୁବକ ଉଦ୍ଧାର କରି ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କ ମେରୁଦଣ୍ଡ ହାଡ଼ ଭାଙ୍ଗି ଯାଇଥିବାରୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପରିବାର ଲୋକେ ନେଇଥିଲେ। ତାଙ୍କର ମେରୁଦଣ୍ଡ ହାଡ଼ ଭାଙ୍ଗି ଯାଇଥିବା ସହ ସୁଷମ୍ନାକାଣ୍ଡ କେତେକ ସ୍ଥାନରେ ଦବିଯାଇଥିବା ପରୀକ୍ଷାରୁ ଜଣାପଡ଼ିଥିଲା। ସେଠାରେ ୨୮ ତାରିଖରେ ତାଙ୍କର ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ସ୍ବାସ୍ଥ୍ୟ କାର୍ଡ ଜରିଆରେ ସରକାରୀ ସୁବିଧା ମିଳିଥିଲା। ହେଲେ ତାଙ୍କର ପରବର୍ତ୍ତୀ ଚିକିତ୍ସା ନିମନ୍ତେ ପରିବାର ପାଖରେ ସମ୍ବଳ ନାହିଁ। ସୁରେଶ ଜଣେ କାଠ ମିସ୍ତ୍ରି। ସ୍ତ୍ରୀ, ଦୁଇଝିଅ ଓ ଗୋଟିଏ ପୁଅକୁ ନେଇ ତାଙ୍କ ସଂସାର। ଦୈନିକ ମଜୁରିରେ ତାଙ୍କ ପରିବାର ଚଳୁଥିଲା। ହେଲେ ଏହି ଦୁର୍ଘଟଣା ତାଙ୍କ ପରିବାରର ଖୁସି ଛଡ଼ାଇ ନେଇଛି। ସୁରେଶ ଏବେ ବିଛଣାରେ ପଡ଼ି ରହିଛନ୍ତି। ତାଙ୍କ ଚିକିତ୍ସା ପାଇଁ ଔଷଧ କିଣା ଚାଲିଛି। ଅର୍ଥାଭାବ ଯୋଗୁ ଏପରି ସ୍ଥିତିରେ ରତ୍ନପ୍ରଭା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପରିବାର ପ୍ରତିପୋଷଣ ସହ ସ୍ବାମୀଙ୍କ ଚିକିତ୍ସା କିପରି ହେବ ସେନେଇ ଚିନ୍ତାରେ ପଡ଼ିଯାଇଛନ୍ତି। ଜିଲା ରେଡ୍‌କ୍ରସରୁ ତାଙ୍କୁ ଆର୍ଥତ୍କ ସାହାଯ୍ୟ ଯୋଗାଇଦେବା ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କରିଛନ୍ତି ରତ୍ନପ୍ରଭା। ଏହାବ୍ୟତୀତ ତାଙ୍କ ସ୍ବାମୀଙ୍କ ଦୀର୍ଘ ସମୟ ଚିକିତ୍ସା ଲାଗି ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ ସେ ସୋସିଆଲ ମିଡିଆରେ ଲୋକଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?