ଲାଞ୍ଚ ଦେଲେନି ବୋଲି ଆବାସ ମିଳିଲାନି

ଭଦ୍ରକ, ୭।୮ (ସନାତନ ରାଉତ): ପ୍ରଧାନମନ୍ତ୍ରୀ ଆବାସ ତାଲିକାରୁ ନାମ ବାଦ୍‌ ପଡ଼ିଥିବାରୁ ଭଦ୍ରକ ବ୍ଲକ ଅଧୀନ ଗୁଜିଦରଡ଼ା ପଞ୍ଚାୟତ ମୀରାମହଲା ଗ୍ରାମର ସେକ୍‌ ସାହିର ମହମ୍ମଦ ସୋମବାର ପରିବାର ସହ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ସେ ଜଣେ ଖଟିଖିଆ ଗରିବ ଶ୍ରେଣୀର ହୋଇଥିବା ବେଳେ ଅର୍ଥାଭାବରୁ ଘର କରି ନ ପାରି ଭଙ୍ଗାଘରେ ପରିବାର ସହ ରହୁଛନ୍ତି। ୨୦୧୬-୧୭ ଆର୍ଥିକ ବର୍ଷରେ ପ୍ରକାଶିତ ତାଲିକାରେ କ୍ରମିକ ନଂ.୧୨୧୩ରେ ନାମ ପ୍ରକାଶ ପାଇଥିବା ବେଳେ ତାଙ୍କୁ କାର୍ଯ୍ୟାଦେଶ ଦିଆଗଲା ନାହିଁ। କାର୍ଯ୍ୟାଦେଶ ପାଇଁ ପଞ୍ଚାୟତଠାରୁ ବ୍ଲକ ଅଫିସ୍‌ ପର୍ଯ୍ୟନ୍ତ ବାରମ୍ବାର ଦୌଡ଼ିବା ପରେ ମଧ୍ୟ ତାଙ୍କୁ କାର୍ଯ୍ୟାଦେଶ ମିଳି ନ ଥିଲା। ୧୨ ହଜାର ଟଙ୍କା ଲାଞ୍ଚ ଦେଲେ କାର୍ଯ୍ୟାଦେଶ ଦିଆଯିବ ବୋଲି ତାଙ୍କୁ କୁହାଯାଇଥିଲା। ଲାଞ୍ଚ ନ ଦେବାରୁ ତାଙ୍କୁ ଏହି ଯୋଜନାରେ ଘର ମିଳିଲାନି। ତାଙ୍କ ଆଇଡି ନମ୍ବରରେ ତାଙ୍କ ସାନଭାଇଙ୍କୁ ଆବାସ ପାଇଁ କାର୍ଯ୍ୟାଦେଶ ଦିଆଯାଇଥିବା ସେ ଜିଲାପାଳଙ୍କଠାରେ ଅଭିଯୋଗରେ ଦର୍ଶାଇଛନ୍ତି। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ଆବାସ ପ୍ରଦାନ ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri