ଶଙ୍କରାଖୋଲ,୧୧ା୭(ଡି.ଏନ୍.ଏ.)- ଏକ ଗଣ୍ଡଗୋଳ ମାମଲାରେ ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶୁକ୍ରବାର ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ସମୀର କୁମାର ନାୟକ। ଟିକାବାଲି ଥାନାରେ ନଂ.୪୩/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରେବତୀ ଶବର କହିଛନ୍ତି। ବଡିମୁଣ୍ଡା ଖଜୁରୀସାହିର ସମୀରଙ୍କର ବାପାଙ୍କ ସହ କୌଣସି କାରଣରୁ ଗଣ୍ଡଗୋଳ ହୋଇଥିଲା। ଏନେଇ ବାପା ଖିଲାପି ପୁଅ ନଁାରେ ଟିକାବାଲି ଥାନାରେ ଏତଲା ଦେଇଥିଲେ। ନଂ.୯୬/୧୮ରେ ମାମଲା ରୁଜୁ କରି ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଏନେଇ ପଡୋଶୀ ମହିଳା ସାକ୍ଷୀ ଦେବାରୁ ବିଚାରପତି ସମୀରଙ୍କୁ ବର୍ଷେ ଜେଲ ଶୁଣାଇଥିଲେ। ବର୍ଷେ ପରେ ସମୀର ଜେଲରୁ ଫେରିଥିଲେ। ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ଗୁରୁବାର ସମୀର ତଣ୍ଟି ଚିପି ହତ୍ୟା ଉଦ୍ୟମ ବେଳେ ଗ୍ରାମବାସୀ ପହଞ୍ଚତ୍ ଉଦ୍ଧାର କରିଥିଲେ। ଏହାପରେ ସେ ଟିକାବାଲି ଥାନାରେ ଅଭିଯୋଗ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା
ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...
ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି
ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...
ସର୍ଭିସ ରୋଡ୍ ଜାମ୍, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର
ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍ଟି ବାରମ୍ବାର ଜାମ୍ ରହୁଥିବା ଦେଖିବାକୁ...
ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ
ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...
ପାରାଦୀପରେ ରାସାୟନିକ ଗ୍ୟାସ୍ର ପ୍ରଭାବ: ଅନେକ ଅସୁସ୍ଥ
ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
Archives


