ଶଙ୍କରାଖୋଲ,୧୧ା୭(ଡି.ଏନ୍.ଏ.)- ଏକ ଗଣ୍ଡଗୋଳ ମାମଲାରେ ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶୁକ୍ରବାର ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ସମୀର କୁମାର ନାୟକ। ଟିକାବାଲି ଥାନାରେ ନଂ.୪୩/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରେବତୀ ଶବର କହିଛନ୍ତି। ବଡିମୁଣ୍ଡା ଖଜୁରୀସାହିର ସମୀରଙ୍କର ବାପାଙ୍କ ସହ କୌଣସି କାରଣରୁ ଗଣ୍ଡଗୋଳ ହୋଇଥିଲା। ଏନେଇ ବାପା ଖିଲାପି ପୁଅ ନଁାରେ ଟିକାବାଲି ଥାନାରେ ଏତଲା ଦେଇଥିଲେ। ନଂ.୯୬/୧୮ରେ ମାମଲା ରୁଜୁ କରି ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଏନେଇ ପଡୋଶୀ ମହିଳା ସାକ୍ଷୀ ଦେବାରୁ ବିଚାରପତି ସମୀରଙ୍କୁ ବର୍ଷେ ଜେଲ ଶୁଣାଇଥିଲେ। ବର୍ଷେ ପରେ ସମୀର ଜେଲରୁ ଫେରିଥିଲେ। ସାକ୍ଷୀ ଦେଇଥିବା ମହିଳାଙ୍କ ଝିଅଙ୍କୁ ଗୁରୁବାର ସମୀର ତଣ୍ଟି ଚିପି ହତ୍ୟା ଉଦ୍ୟମ ବେଳେ ଗ୍ରାମବାସୀ ପହଞ୍ଚତ୍ ଉଦ୍ଧାର କରିଥିଲେ। ଏହାପରେ ସେ ଟିକାବାଲି ଥାନାରେ ଅଭିଯୋଗ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର
ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…
ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…
ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…
ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ
ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…
ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ
ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…
ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….
ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…
ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ
ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…
ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର
ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

