ଯୁବକଙ୍କୁ ଛୁରିରେ ଆକ୍ରମଣ କରି ଅଭିଯୁକ୍ତ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନୂଆଗଡ଼ ଗ୍ରାମରେ ଗତ ୧୬ ତାରିଖରେ ମୋହନ ପଟ୍ଟନାୟକଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗୁରୁତର ମୋହନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ମୋହନଙ୍କ ଭାଇ ପବିତ୍ରଙ୍କ ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନା କେସ୍‌ ନଂ ୫୪୪/୨୧ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ଅଭିଯୁକ୍ତ ନୂଆଗଡ଼ ଗ୍ରାମର ଲିପୁ ସ୍ବାଇଁଙ୍କୁ ଗୁରୁବାର ସକାଳେ କବିସୂର୍ଯ୍ୟନଗର ଥାନା ଅଞ୍ଚଳରୁ ହିଞ୍ଜିଳି ପୋଲିସ ଗିରଫ କରିଛି। ଗୁରୁବାର ଲିପୁଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।