ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଯାଉଛି: ଭାଜପା

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆଇନ ଆଗରେ ସାନ ବଡ଼ କିଛି ନାହିଁ। ପରୀ ଜଣେ ଗରିବ ଅଟୋ ଡ୍ରାଇଭରଙ୍କ ଝିଅ ଥିଲା। ପରୀ ଅପହରଣ ଓ ହତ୍ୟା ଛୋଟ ଘଟଣା ନୁହେଁ। ପରୀକୁ ନ୍ୟାୟ ଦେବା ପର୍ଯ୍ୟନ୍ତ ସରକାରଙ୍କୁ ଚାପରେ ରଖିବା ଲାଗି ବିଧାନସଭାରେ ଲମ୍ବା ସମୟ ଧରି ବିତର୍କର ଆବଶ୍ୟକତା ଥିଲା। ହେଲେ ଏହି ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସ ଏକାଠି ହୋଇ ପରୀକୁ ନ୍ୟାୟ ଦେବା ପରିବର୍ତ୍ତେ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଉଥିବା ଭାଜପା ଅଭିଯୋଗ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ଯେ, ଏହି ଘଟଣା ୪ମାସ ତଳେ ଘଟିଛି। ଝିଅର କିଡ୍‌ନୀ, ଆଖି ଚୋରି ହୋଇଥିବା ମା’, ବାପା ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଛନ୍ତି। ସେହିପରି ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ପରୀର ବଳାତ୍କାର ହୋଇଛି ନା ନାହିଁ ସେ ନେଇ ଜଣାପଡ଼ିି ନ ଥିବା କହିଛନ୍ତି। ଅନ୍ୟପଟେ ଏହି ଘଟଣାରେ ପରୀର ମା’ ବାପା ଓ ବଡ଼ବାପା ଆଦିଙ୍କ ପଲିଗ୍ରାଫ ଟେଷ୍ଟ ହୋଇଛି। ହେଲେ ଯାହା ନାଁରେ ପରିବାର ଲୋକେ ଅଭିଯୋଗ କରିଛନ୍ତି ସେମାନଙ୍କ ଟେଷ୍ଟ ହୋଇନାହିଁ। ଏହି ଘଟଣାରେ ସ୍ଥାନୀୟ ସରପଞ୍ଚଙ୍କ ସହିତ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅରୁଣ ସାହୁଙ୍କ କଥାବାର୍ତ୍ତାର ଦୁଇଟି ଅଡିଓ ଭାଇରାଲ ହୋଇସାରିଛି। ଯେଉଁଥିରେ ପରୀ ଘରଲୋକେ ଅଭିଯୋଗ ଆଣୁଥିବା ବ୍ୟକ୍ତି ଭୁବନେଶ୍ୱରରେ ମନ୍ତ୍ରୀଙ୍କୁ ଭେଟିଥିବା ସେ ସ୍ବୀକାର କରିଛନ୍ତି। ଏ ନେଇ ମନ୍ତ୍ରୀ ନିଜର ସ୍ପଷ୍ଟୀକରଣ ଦିଅନ୍ତୁ। ଏନ୍‌ସିଆର୍‌ବି ରିପୋର୍ଟ ମୁତାବକ ରାଜ୍ୟରେ ଗତ ୨ବର୍ଷରେ ମୋଟ ୫,୩୨୩ ଶିଶୁ ନିଖୋଜ ରହିଛନ୍ତି। ତେଣୁ ଯଦି ପରୀ ଘଟଣାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ, ତେବେ ଏହାର ଭଲ ପ୍ରଭାବ ସାରା ରାଜ୍ୟରେ ଦେଖିବାକୁ ମିଳିବ। ଏହି ଘଟଣାର ତଦନ୍ତ ସିବିଆଇ ଦ୍ୱାରା କରାଯାଉ। ନଚେତ୍‌ ଭାଜପା ରାଜରାସ୍ତାକୁ ଓହ୍ଲାଇବ ବୋଲି ସମୀର ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri