ବାପାମା’ ଘରେ ନ ଥିଲେ, ନାବାଳିକାଙ୍କୁ ମୋବାଇଲ୍‌ରେ ଅଶ୍ଳିଳ ଭିଡ଼ିଓ ଦେଖାଇ ବଳାତ୍କାର ଉଦ୍ୟମ; ଅଭିଯୁକ୍ତ…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ୫ମ ଶ୍ରେଣୀ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଏହି ଘଟଣାରେ ସମ୍ପୃକ୍ତ ଛାତ୍ରୀଙ୍କ ସମ୍ପର୍କୀୟ ଦାଦା ଡି.ସନ୍ତୋଷ ଦୋରାଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ ବ୍ରହ୍ମପୁର ପୋକ୍ସ କୋର୍ଟ କୁ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୪୮/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ, ସୋମବାର ଅପରାହ୍ନରେ ଛାତ୍ରୀଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ଅଭିଯୁକ୍ତ ପଡୋଶୀ ତାଙ୍କ ଘରେ ପଶି ଛାତ୍ରୀଙ୍କୁ ମୋବାଇଲ ଫୋନରେ ଅଶ୍ଳିଳ ଭିଡିଓ ଦେଖାଇବା ପରେ ତାଙ୍କୁ ଅସଦାଚରଣ କରିବା ସହ ବଳାତ୍କାର ପାଇଁ ଉଦ୍ୟମ କରିଥିଲେ। ଏହି ସମୟରେ ଛାତ୍ରୀଙ୍କ ମା’ ଘରକୁ ଚାଲି ଆସିଥିଲେ। ଅଭିଯୁକ୍ତ ତାଙ୍କୁ ଦେଖି ଦୌଡ଼ି ପଳାଇଥିଲେ। ପୀଡ଼ିତା ସମସ୍ତ ଘଟଣା ମା’ଙ୍କୁ କାନ୍ଦି କାନ୍ଦି କହିବା ପରେ ସେ ଏନେଇ ଅଭିଯୁକ୍ତଙ୍କ ପରିବାର ଲୋକଙ୍କୁ ଏବଂ ଗ୍ରାମର ଭଦ୍ର ଲୋକଙ୍କୁ ଜଣାଇଥିଲେ। କିଛି ନ୍ୟାୟ ନ ମିଳିବାରୁ ମଙ୍ଗଳବାର ପୀଡ଼ିତାଙ୍କ ମା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଅଭିଯୁକ୍ତ ଜଣଙ୍କ ଆନ୍ଧ୍ରର ଅଙ୍ଗୁଲୁୁ ସ୍ଥିତ ଏକ ଗ୍ରାନାଇଟ କମ୍ପାନୀରେ ଅପରେଟର କାମ କରନ୍ତି। ସେ କିଛିଦିନ ହେଲା ଗ୍ରାମକୁ ଆସି ଏଭଳି ଜଘନ୍ୟ କାଣ୍ଡ ଘଟାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କ ମୋବାଇଲ ଫୋନ ଜବତ କରିଛନ୍ତି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ କରାଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri