ବାପାମା’ ଘରେ ନ ଥିଲେ, ନାବାଳିକାଙ୍କୁ ମୋବାଇଲ୍‌ରେ ଅଶ୍ଳିଳ ଭିଡ଼ିଓ ଦେଖାଇ ବଳାତ୍କାର ଉଦ୍ୟମ; ଅଭିଯୁକ୍ତ…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ୫ମ ଶ୍ରେଣୀ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ଏହି ଘଟଣାରେ ସମ୍ପୃକ୍ତ ଛାତ୍ରୀଙ୍କ ସମ୍ପର୍କୀୟ ଦାଦା ଡି.ସନ୍ତୋଷ ଦୋରାଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ ବ୍ରହ୍ମପୁର ପୋକ୍ସ କୋର୍ଟ କୁ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୪୮/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ, ସୋମବାର ଅପରାହ୍ନରେ ଛାତ୍ରୀଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ଅଭିଯୁକ୍ତ ପଡୋଶୀ ତାଙ୍କ ଘରେ ପଶି ଛାତ୍ରୀଙ୍କୁ ମୋବାଇଲ ଫୋନରେ ଅଶ୍ଳିଳ ଭିଡିଓ ଦେଖାଇବା ପରେ ତାଙ୍କୁ ଅସଦାଚରଣ କରିବା ସହ ବଳାତ୍କାର ପାଇଁ ଉଦ୍ୟମ କରିଥିଲେ। ଏହି ସମୟରେ ଛାତ୍ରୀଙ୍କ ମା’ ଘରକୁ ଚାଲି ଆସିଥିଲେ। ଅଭିଯୁକ୍ତ ତାଙ୍କୁ ଦେଖି ଦୌଡ଼ି ପଳାଇଥିଲେ। ପୀଡ଼ିତା ସମସ୍ତ ଘଟଣା ମା’ଙ୍କୁ କାନ୍ଦି କାନ୍ଦି କହିବା ପରେ ସେ ଏନେଇ ଅଭିଯୁକ୍ତଙ୍କ ପରିବାର ଲୋକଙ୍କୁ ଏବଂ ଗ୍ରାମର ଭଦ୍ର ଲୋକଙ୍କୁ ଜଣାଇଥିଲେ। କିଛି ନ୍ୟାୟ ନ ମିଳିବାରୁ ମଙ୍ଗଳବାର ପୀଡ଼ିତାଙ୍କ ମା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ପ୍ରଶାନ୍ତ ପାତ୍ର ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଅଭିଯୁକ୍ତ ଜଣଙ୍କ ଆନ୍ଧ୍ରର ଅଙ୍ଗୁଲୁୁ ସ୍ଥିତ ଏକ ଗ୍ରାନାଇଟ କମ୍ପାନୀରେ ଅପରେଟର କାମ କରନ୍ତି। ସେ କିଛିଦିନ ହେଲା ଗ୍ରାମକୁ ଆସି ଏଭଳି ଜଘନ୍ୟ କାଣ୍ଡ ଘଟାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କ ମୋବାଇଲ ଫୋନ ଜବତ କରିଛନ୍ତି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ କରାଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri