ଗ୍ରିଲ ଭାଙ୍ଗି ନେଇଥିଲେ ୧୪ ଭରି ସୁନା, ଏବେ..

ଦିଗପହଣ୍ଡି,୧୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘର ମଧ୍ୟରୁ ପ୍ରାୟ ୧୪ ଭରି ସୁନା, ୨୮ ଭରି ରୂପା ଅଳଙ୍କାର ଏବଂ ନଗଦ ୨ ହଜାର ଟଙ୍କା ଚୋରି ହୋଇଥିଲା। ଏନେଇ ଜଣେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ଅଶୋକ କୁମାର ସାହୁ। କେଶ୍‌ ନଂ.୨୨୩/୨୪ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଜୁଲାଇ ୧୯ରେ ଘରେ କେହି ନ ଥିବା ସୁଯୋଗ ନେଇ ଅଭିଯୁକ୍ତ ଅଶୋକ ତାଙ୍କ ଅନ୍ୟ ୨ ସହଯୋଗୀଙ୍କ ସହାୟତାରେ ଚୋରି କରି ଫେରାର ହୋଇଯାଇଥିଲେ। ଚନ୍ଦ୍ରଶେଖରଙ୍କ ସ୍ତ୍ରୀ ସୁଲତା ପଟ୍ଟନାୟକ ଘଟଣାର ପରଦିନ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ତଦନ୍ତ ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri