ଦୁଇ ବର୍ଷ ତଳେ ଜଣଙ୍କ ଘରେ ନିଆଁ ଲଗାଇ ଦେଇଥିଲେ ଅଭିଯୁକ୍ତ, ଏବେ ଭୋଗିବେ ୭ ବର୍ଷ ଜେଲ୍‌ଦଣ୍ଡ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କନ୍ଧ ନୂଆଁପଲ୍ଲୀ ଗ୍ରାମରେ ୨୦୨୩ରେ ନିଆଁ ଲଗାଇବା ଅଭିଯୋଗରେ ଅଭିଯୁକ୍ତ କାର୍ତ୍ତିକ ସାହୁଙ୍କୁ ଭଞ୍ଜନଗର ସହକାରୀ ଦୌରା ଜଜ ଦେବାଶିଷ ବିଷୋୟୀ ବୁଧବାର ୭ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ୩୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ଅଧିକ ୬ ମାସ କାରାଦଣ୍ଡ ଭୋଗିବେ ଅଭିଯୁକ୍ତ ବୋଲି ବିଚାରପତି ତାଙ୍କ ରାୟରେ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାରୁ ପ୍ରକାଶ ଯେ, କାର୍ତ୍ତିକ ୨୦୨୩ରେ ତାଙ୍କ ଗ୍ରାମର ଭଗବାନ ଗୌଡ଼ଙ୍କ ଘରେ ପୂର୍ବ ଶତ୍ରୁତାରୁ ନିଆଁ ଲଗାଇ ଦେଇଥିଲେ। ଫଳରେ ଭଗବାନଙ୍କ ଗୋଟିଏ ବଖରା ଘର ସହ ଗାଈ ଗୁହାଳରେ ଥିବା ଦୁଇଟି ବଳଦ ମଧ୍ୟ ପୋଡ଼ି ମୃତ୍ୟୁବରଣ କରିଥିଲେ। ଏଥିସହ ଭଗବାନଙ୍କ ଘରକୁ ଲାଗିଥିବା ଆଉ ଦୁଇ ଜଣଙ୍କ ଦୁଇ ବଖରା ଘର ମଧ୍ୟ ପୋଡ଼ି ପାଉଁଶ ହୋଇଯାଇଥିଲା। ଏନେଇ ଭଗବାନ ସେ ସମୟରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପରବର୍ତ୍ତୀ ପର୍ଯ୍ୟାୟରେ କାର୍ତ୍ତିକଙ୍କୁ ଗିରଫ କରିଥିଲା। ଆଜି ଉକ୍ତ ମାମଲାର ରାୟ ପ୍ରକାଶ ପାଇଛି। ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦିବାକର ନାୟକ ଏବଂ ମୁଦଲାଙ୍କ ପକ୍ଷରୁ ଲକ୍ଷ୍ମୀକାନ୍ତ ମହାପାତ୍ର ମୋକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?