ବିଜେଡି ନେତାଙ୍କୁ କାର୍‌ ମଡ଼ାଇ ହତ୍ୟା ଘଟଣା: ବ୍ରଜରାଜନଗର ଷ୍ଟେଶନରୁ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର,୧ା୭(ସୁବାସ ପାଢ଼ୀ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଖମ୍ବାରି ଗାଁରେ ଜଣେ ବିଜେଡି ନେତାଙ୍କୁ କାର୍‌ ମଡ଼ାଇ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ପୋଲିସ କାବୁ କରିଛି। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି କେ.ନୂଆଗାଁ ଥାନା ଅନ୍ତର୍ଗତ ଖାମ୍ଭାରିଗାଁର ରାମକୃଷ୍ଣ ମିଶ୍ର(୪୦)। ରାମକୃଷ୍ଣଙ୍କୁ ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ରେଳ ଷ୍ଟେଶନରୁ ଗିରଫ କରାଯାଇଥିବା ବ୍ରହ୍ମପୁର ଏସ୍‌.ପି. ଡା. ସର୍ବଣା ବିବେକ ଏମ୍‌. ଜିଲା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ପ୍ରାଥମିକ ତଦନ୍ତରୁ ଲଳିତଙ୍କ ସହ ରାମକୃଷ୍ଣଙ୍କ ମଧ୍ୟରେ ଘଟଣାସ୍ଥଳରେ ହୋଇଥିବା ଗଣ୍ଡଗୋଳକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ ସନ୍ଦେହ କରୁଛି। ଅଭିଯୁକ୍ତ ରାମକୃଷ୍ଣଙ୍କୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରି ଦୁଇଦିନଆ ଟ୍ରାଞ୍ଜିଟି ରିମାଣ୍ଡରେ ବ୍ରହ୍ମପୁର ଅଣାଯାଇଛି। ଅଭିଯୁକ୍ତଙ୍କୁ ଦିଗପହଣ୍ଡି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯିବ ବୋଲି ଏସ୍‌.ପି. କହିଛନ୍ତି। ଏହା ସହିତ ଦୁର୍ଘଟଣା ଘଟାଇବାରେ ବ୍ୟବହୃତ ରାମକୃଷ୍ଣଙ୍କ କାର୍‌ ବ୍ରହ୍ମପୁର ରେଳ ଷ୍ଟେଶନ ନିକଟରୁ ଜବତ ହୋଇଥିଲା ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri