୯ବର୍ଷ ପରେ ଧରାପଡ଼ିଲେ ଅଭିଯୁକ୍ତ

ବୈଶିଙ୍ଗା,୩ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ସନ୍ତରା ପଞ୍ଚାୟତର ପତଡ଼ା ଗ୍ରାମରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଚୁଇଁ ଓରଫ ଫକୀର ଖଁାଙ୍କୁ ୯ ବର୍ଷ ପରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ୨୦୧୩ ନଭେମ୍ବର ୧୫ ତାରିଖ ରାତିରେ ପତଡ଼ା ଗ୍ରାମର ଅନୀଲ ଗିରି ଓ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରାଯାଇଥିଲା। ଅନୀଲ ଡ୍ରାଇଭିଂ କରୁଥିବା ବେଳେ ଜାମୁନଣ୍ଡା ଗଁାର ବଳିଆ ଦଣ୍ଡପାଟଙ୍କଠାରୁ କିଛି ଟଙ୍କା ଧାର ନେଇଥିଲେ। ଏହି ଟଙ୍କା ନେଣ ଦେଣକୁ ନେଇ କିଛିଦିନ ପୂର୍ବରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ପ୍ରତିଶୋଧ ପରାୟଣ ହୋଇ ଅନୀଲଙ୍କୁ ହତ୍ୟା କରିବା ପାଇଁ ବଳିଆ ଯୋଜନା କରିଥିଲେ। ଘଟଣାଦିନ ସହଯୋଗୀ ଠକୁରୁ ସେଠୀ ଏବଂ ଫକୀର ଖାଁଙ୍କ ସହ ସେ ଅନୀଲଙ୍କ ଘରେ ପହଞ୍ଚି ଟଙ୍କା ମାଗିଥିଲେ। ଏନେଇ ଯୁକ୍ତିତର୍କ ହେବାରୁ ଅନୀଲଙ୍କୁ ଧାରୁଆ ଅସ୍ତ୍ରରେ ବିଭତ୍ସ ଭାବେ ହତ୍ୟା କରିଥିଲେ। ପାଖ କୋଠରୀରେ ଥିବା ତାଙ୍କ ଅନ୍ତସତ୍ତ୍ୱା ସ୍ତ୍ରୀ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ତଦନ୍ତ ଚଳାଇ ପୋଲିସ ଦୁଇ ଅଭିଯୁକ୍ତ ବଳିଆ ଓ ଠକୁରୁଙ୍କୁ ଗିରଫ କରିଥିବା ବେଳେ ଫକୀର ଖଁା ଫେରାର ହୋଇଯାଇଥିଲେ। ସେ ବିଭିନ୍ନ ସ୍ଥାନରେ ନାମ ବଦଳାଇ ରହୁଥିବା ବେଳେ ଶୁଳିଆପଦାରେ ଥିବା ନେଇ ଖବରପାଇ ବୈଶିଙ୍ଗା ଥାନା ଆଇଆଇସି ପ୍ରଭାଂଶୁ ଶେଖର ମିଶ୍ର ସଦଳବଳ ଚଢାଉ କରି ଗୁରୁବାର ରାତିରେ ତାଙ୍କୁ ଗିରଫ କରିଥିଲେ। ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri