ବେଆଇନ ଭାବେ ସରକାରୀ ଫ୍ଲାଟ୍‌ ବିକିବା ଘଟଣା: ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

କଟକ ଅଫିସ,୭ା୨: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଅନ୍ଦରପୁରରେ ବସ୍ତିବାସିନ୍ଦାଙ୍କ ପାଇଁ ତିଆରି ଘରକୁ ବେଆଇନ ଭାବେ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକିନେବା ଘଟଣାରେ ଗିରଫ ହୋଇଥିବା ପୂର୍ବତନ କର୍ପୋରେଟରଙ୍କ ସ୍ବାମୀ ରାଜା କରଣଙ୍କୁ ମଧୁପାଟଣା ପୋଲିସ ରବିବାର ୩ ଦିନିଆ ରିମାଣ୍ଡରେ ନେଇଛି। ଶନିବାର ତାଙ୍କୁ କୋର୍ଟଚାଲାଣ ପରେ ପୋଲିସ ରିମାଣ୍ଡ୍‌ ପାଇଁ ଆବେଦନ କରିଥିଲା। କଟକ ଏସ୍‌ଡିଜେଏମ୍‌ କୋର୍ଟରୁ ଅନୁମତି ଦେବା ପରେ ପୋଲିସ ରାଜାଙ୍କୁ ନେଇ ଅଧିକ ପଚରାଉଚରା ଚଳାଇଛି। ଅପରପକ୍ଷେ ସିଏମ୍‌ସି ପକ୍ଷରୁ ରବିବାର ରାଜାଙ୍କ ନାମରେ ସ୍ଥାନୀୟ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା(ନଂ.୩୭/୨୨) ରୁଜୁ କରିଛି। ଉକ୍ତ ଅଭିଯୋଗରେ ଦର୍ଶାଯାଇଛି, ରାଜା ସିଏମ୍‌ସିର ଅନ୍ଦରପୁରସ୍ଥିତ ଫ୍ଲାଟ୍‌ଗୁଡିକ ବେଆଇନ ଭାବେ ବିକ୍ରି କରିଛନ୍ତି। ରାଜା ବେଆଇନ ବିକ୍ରି ସମୟରେ ଲୋକଙ୍କୁ ଯେଉଁ ନୋଟାରି ଆଫିଡାଭିଟ୍‌ ଦେଇଥିଲେ, ସେଥିରେ ସିଏମ୍‌ସିର ନାମ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ସିଏମ୍‌ସି ୫୩ ନମ୍ବର ୱାର୍ଡର ପୂର୍ବତନ କର୍ପୋରେଟରଙ୍କ ସ୍ବାମୀ ରାଜାଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଥିଲା। ଠକେଇର ଶିକାର ହୋଇଥିବା ଅନେକ ବସ୍ତିବାସିନ୍ଦାଙ୍କ ଅଭିଯୋଗ ପରେ ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଛି। ଗିରଫ ସମୟରେ ତାଙ୍କ ନିକଟରୁ ୧୪ ଲକ୍ଷ ୯୦ ହଜାର ଟଙ୍କା ଜବତ କରାଯାଇଥିଲା। ଉକ୍ତ ଟଙ୍କାକୁ ଆଗାମୀ ଦିନରେ ଠକେଇର ଶିକାର ହୋଇଥିବା ଲୋକଙ୍କୁ ଦେବା ପାଇଁ ପୋଲିସ ପ୍ରୟାସ କରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri