ଅଭିଯୁକ୍ତଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର,୯ା୩(ସ୍ବ.ପ୍ର.): କେନ୍ଦୁଝର ଚିଫ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଏକ ମରଣାନ୍ତ୍ରକ ଆକ୍ରମଣ ଘଟଣାର ବୁଧବାର ରାୟ ଶୁଣାଇ ଜଣେ ଅଭିଯୁକ୍ତ ଲଛମନ ପରିଡ଼ାଙ୍କୁ ୫ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି।

ପ୍ରକାଶ, ୨୦୧୪ ମେ ୨୮ ଅପରାହ୍ନ ୧ଟାରେ ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଖୁଦପଶି ଗ୍ରାମର ଅଲେଖ ପରିଡ଼ା ପୋଖରୀରୁ ଗାଧୋଇ ଫେରୁଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଉକ୍ତ ଗ୍ରାମର ଲଛମନ ପରିଡ଼ା ଓ ତାଙ୍କ ପୁଅ ଶାନ୍ତନୁ ଅଲେଖଙ୍କ ଉପରକୁ ପଥର ପକାଇ ଆକ୍ରମଣ କରିଥିଲେ। ଏହାର ପ୍ରତିରୋଧ କରିବାରୁ ଲଛମନ ଧରିଥିବା ବନ୍ଧୁକରୁ ଅଲେଖଙ୍କ ଉପରକୁ ଗୁଳି ଚଲାଇଥିଲେ। ଏଥିରେ ଅଲେଖ ଗୁରୁତର ଅବସ୍ଥାରେ କନ୍ଦୁଝର ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ।

ଏନେଇ ଅଲେଖଙ୍କ ସ୍ତ୍ରୀ କୌତୁକୀ ପରିଡ଼ା ପଣ୍ଡାପଡ଼ା ଥାନାରେ ଏତଲା ଦେଇଥିଲେ। ପଣ୍ଡାପଡ଼ା ପୋଲିସ କେସ୍‌ ନଂ ୩୩/୧୪ରେ ମାମଲା ରୁଜୁ କରି ଲଛମନ ଏବଂ ଶାନ୍ତନୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଧବାର ୧୩ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ସିଜେଏମ କୋର୍ଟ ଲଛମନଙ୍କୁ ୫ ବର୍ଷ କାରାଦଣ୍ଡ ସହିତ ୨ ହଜାର ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି। ପ୍ରମାଣ ଅଭାବରୁ କୋର୍ଟ ଶାନ୍ତନୁଙ୍କୁ ଖଲାସ କରିଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ସରକାରୀ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri