ଗାଡି ଭଡ଼ା ନେଇ ଡ୍ରାଇଭରଙ୍କୁ ହତ୍ୟା ମାମଲା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଦିଗପହଣ୍ଡି ଥାନା ଅନଙ୍ଗପୁରର ଗାଡି ଡ୍ରାଇଭର ତଥା ମାଲିକ ଆର. ସୁନୀଲ ରେଡ୍ଡୀ ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌-୧ ଡ. ଇନ୍ଦୁ ଶର୍ମା ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଣେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୧୬ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ହୋଇଛି। ଜରିମାନା ଅନାଦାୟ ଅଧିକ ୧୪ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଦୋଷୀ ଜଣଙ୍କ ଅନୁଗୋଳ ଜିଲା ଅନୁଗୋଳ ଟାଉନ ଥାନା କୁରୁଣ୍ଠି ଗ୍ରାମର ଲୋକନାଥ ପ୍ରଧାନ (୫୨)।
୨୦୧୬ ଫେବୃୟାରୀ ୬ ତାରିଖରେ ଆର. ସୁନୀଲ ରେଡ୍ଡୀଙ୍କୁ ୨ ଜଣ ଅପରିଚିତ ବ୍ୟକ୍ତି ସାକ୍ଷାତ କରି ତାଙ୍କ ଗାଡିରେ ଗଞ୍ଜାମରୁ ଦିଗପହଣ୍ଡିକୁ ଆସବାବପତ୍ର ନେବେ ବୋଲି କହିଥିଲେ। ଭଡ଼ା ବାବଦକୁ ସୁନୀଲଙ୍କୁ ୨୪୦୦ ଟଙ୍କା ଦେବାକୁ ସ୍ଥିର ହୋଇଥିଲା। ପରେ ସୁନୀଲ ନିଜ ଗାଡ଼ି (ଓଆର ୦୭ ଜେ ୯୪୬୮)ରେ ସମ୍ପୃକ୍ତ ୨ ବ୍ୟକ୍ତିଙ୍କୁ ଧରି ଗାଁରୁ ବାହାରିଥିଲେ। ରାତି ସୁଦ୍ଧା ସୁନୀଲ ଘରକୁ ଫେରି ନ ଥିବା ବେଳେ ତାଙ୍କ ମୋବାଇଲ ଫୋନ ମଧ୍ୟ ବନ୍ଦ ରହିଥିଲା। ୭ ତାରିଖରେ ଗଞ୍ଜାମ ପୋଲିସ ନୂଆଗାଁ ଶଙ୍ଖ ପାଖରୁ ଏକ ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri