ଗାଡି ଭଡ଼ା ନେଇ ଡ୍ରାଇଭରଙ୍କୁ ହତ୍ୟା ମାମଲା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୦ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଦିଗପହଣ୍ଡି ଥାନା ଅନଙ୍ଗପୁରର ଗାଡି ଡ୍ରାଇଭର ତଥା ମାଲିକ ଆର. ସୁନୀଲ ରେଡ୍ଡୀ ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌-୧ ଡ. ଇନ୍ଦୁ ଶର୍ମା ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଣେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୧୬ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ହୋଇଛି। ଜରିମାନା ଅନାଦାୟ ଅଧିକ ୧୪ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଦୋଷୀ ଜଣଙ୍କ ଅନୁଗୋଳ ଜିଲା ଅନୁଗୋଳ ଟାଉନ ଥାନା କୁରୁଣ୍ଠି ଗ୍ରାମର ଲୋକନାଥ ପ୍ରଧାନ (୫୨)।
୨୦୧୬ ଫେବୃୟାରୀ ୬ ତାରିଖରେ ଆର. ସୁନୀଲ ରେଡ୍ଡୀଙ୍କୁ ୨ ଜଣ ଅପରିଚିତ ବ୍ୟକ୍ତି ସାକ୍ଷାତ କରି ତାଙ୍କ ଗାଡିରେ ଗଞ୍ଜାମରୁ ଦିଗପହଣ୍ଡିକୁ ଆସବାବପତ୍ର ନେବେ ବୋଲି କହିଥିଲେ। ଭଡ଼ା ବାବଦକୁ ସୁନୀଲଙ୍କୁ ୨୪୦୦ ଟଙ୍କା ଦେବାକୁ ସ୍ଥିର ହୋଇଥିଲା। ପରେ ସୁନୀଲ ନିଜ ଗାଡ଼ି (ଓଆର ୦୭ ଜେ ୯୪୬୮)ରେ ସମ୍ପୃକ୍ତ ୨ ବ୍ୟକ୍ତିଙ୍କୁ ଧରି ଗାଁରୁ ବାହାରିଥିଲେ। ରାତି ସୁଦ୍ଧା ସୁନୀଲ ଘରକୁ ଫେରି ନ ଥିବା ବେଳେ ତାଙ୍କ ମୋବାଇଲ ଫୋନ ମଧ୍ୟ ବନ୍ଦ ରହିଥିଲା। ୭ ତାରିଖରେ ଗଞ୍ଜାମ ପୋଲିସ ନୂଆଗାଁ ଶଙ୍ଖ ପାଖରୁ ଏକ ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri