ଅଭିଯୁକ୍ତଙ୍କୁ ଯାବଜ୍ଜୀବନ କାରାଦଣ୍ଡ

କଟକ ଅଫିସ୍‌,୧।୬: ଜଣେ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଏବଂ ପରେ ଅପହରଣ କରି ଗର୍ଭପାତ ପାଇଁ ଉଦ୍ୟମ କରିବା ମାମଲାର ବିଚାର କରି କଟକ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ମଙ୍ଗଳବାର ଅଭିଯୁକ୍ତଙ୍କୁ ଯାବଜ୍ଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ପୀଡ଼ିତା ଏବଂ ତାଙ୍କ ଶିଶୁପୁତ୍ରର କ୍ଷତିପୂରଣ ବାବଦ ୭ଲକ୍ଷ ଟଙ୍କା ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ବିବରଣୀରୁ ଜଣାପଡ଼ିଛି ଯେ, ପୀଡ଼ିତା ନାବାଳିକାଙ୍କ ଘର ଯାଜପୁର ବିଞ୍ଝାରପୁର ଅଞ୍ଚଳରେ ହୋଇଥିବାବେଳେ ସେ ମା’ବାପାଙ୍କ ସହ କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗୁଳିଠାରେ ଏକ ଭଡ଼ାଘରେ ରହୁଥିଲେ। ଅଭିଯୁକ୍ତ ଫୁକନ୍‌ ଓରଫ ଖୋକନ ମାଇତି(୩୩)ଙ୍କ ଘର ପଶ୍ଚିମବଙ୍ଗ ପୂର୍ବ ମେଦିନାପୁରରେ। ସେ ପୀଡ଼ିତାଙ୍କ ଘର ଉପର ମହଲାରେ ରହି ଫେରିବାଲା କାର୍ଯ୍ୟ କରନ୍ତି। ନାବାଳିକାଙ୍କ ମା’ବାପା କାର୍ଯ୍ୟକୁ ଯିବା ପରେ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିଲେ। ଏପରି କି ଏହା କାହାକୁ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ପରେ ନାବାଳିକା ଗର୍ଭବତୀ ହୋଇଥିଲେ। ଏହା ଜଣାପଡ଼ିବା ପରେ ଅଭିଯୁକ୍ତ ନାବାଳିକାଙ୍କ ପରିବାର ଲୋକଙ୍କ ଅଜ୍ଞାତରେ ପୀଡ଼ିତାଙ୍କୁ ଗର୍ଭପାତ କରାଇବା ଉଦ୍ଦେଶ୍ୟରେ କୋଲକତା ନେଇଯାଇଥିଲେ। ନାବାଳିକାଙ୍କୁ ଘରେ ନ ପାଇ ପରିବାର ଲୋକେ ଟାଙ୍ଗୀ ଥାନାରେ ୨୦୧୯ ଅକ୍ଟୋବର ୩୦ତାରିଖରେ ଏକ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏନେଇ ଏକ ମାମଲା ରୁଜୁ କରି ପ୍ରାୟ ୧୫ଦିନ ପରେ କୋଲ୍‌କାତା ଅଞ୍ଚଳରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହାର କିଛି ମାସ ପରେ ନାବାଳିକା ଏକ ଶିଶୁପୁତ୍ର ଜନ୍ମ ଦେଇଥିଲେ। ମାମଲାର ଶୁଣାଣି ସମୟରେ ୧୧ଜଣ ସାକ୍ଷୀଙ୍କ ବୟାନ, ଡିଏନ୍‌ଏ ରିପୋର୍ଟ ଏବଂ ବିଭିନ୍ନ ଲିଖିତ ପ୍ରମାଣକୁ ଆଧାର କରି କୋର୍ଟ ଆଇପିସି ଦଫା ୩୬୩, ୩୬୬(ଏ), ୩୭୬(୩) ଏବଂ ପୋକ୍‌ସୋ ଆକ୍ଟର ଦଫା ୬ରେ ଅଭିଯୁକ୍ତଙ୍କୁ ଯାବଜ୍ଜୀବନ କାରାଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ରମେଶ ଚନ୍ଦ୍ର ମହାନ୍ତି ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?