ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା: ଅଭିଯୁକ୍ତ ଗଲେ ଜେଲ୍‌

କୋକସରା,୨ା୩(ଡି.ଏନ୍‌.ଏ.): ପ୍ରଥମେ ପ୍ରେମ ପରେ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ଘରୁ ଫେରାର କରି ତା’ସହ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି କୋକସରା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଜାମିନ ନାମଞ୍ଜୁର ହେବାରୁ ବୁଧବାର କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛି ।

ସୂଚନାନୁସାରେ, କାଶୀବାହାଲ ପଞ୍ଚାୟତର ଧନସରା ଗ୍ରାମର ଯୁବକ ସୁଶାନ୍ତ କୁମାର ନାଏକ ସେହି ଗ୍ରାମର ଜଣେ ଅନ୍ୟ ଜାତିର ଯୁବତୀଙ୍କୁ ପ୍ରଥମେ ପ୍ରେମ ଓ ପରେ ବିବାହର ପ୍ରତିଶ୍ରୁତି ଦେଇ ଘରୁ ଗତମାସ ୨୫/୦୧ରେ ଫେରାର କରି କଳାହାଣ୍ଡି ଜିଲାର ମୋହନଗିରି ଅଞ୍ଚଳରେ ନିଜ ସମ୍ପର୍କୀୟ ଘରେ ରଖି ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଯୁବତୀ ଅନ୍ୟ ଜାତିର ହୋଇଥିବା କାରଣରୁ ଯୁବକଙ୍କ ପରିବାର ଏହାକୁ ବିରୋଧ କରି ଆସୁଥିଲେ। ଯୁବକ ଜଣଙ୍କ ଯୁବତୀଙ୍କୁ ସେହି ସ୍ଥାନରୁ ଆଣି ଗାଁରେ ଛାଡ଼ିଥିଲେ। ପରିବାର ଚାପରେ ଯୁବକ ମଧ୍ୟ ନିଜ ପ୍ରତିଶ୍ରୁତିରୁ ଓହରି ଯୁବତୀଙ୍କୁ ପ୍ରତାରଣା କରିବା ସହ ବିବାହ ପାଇଁ ମନା କରିଥଲେ। ଏ ନେଇ ସମ୍ପୃକ୍ତ ପୀଡ଼ିତା ଯୁବତୀ କୋକସରା ଥାନାରେ ଫେବୃୟାରୀ ୨୦ରେ ଲିଖିତ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରି ଯୁବକଙ୍କୁ ଆଜି ଗିରଫ କରିଛି।

ଯୁବତୀଙ୍କ ଡାକ୍ତରୀ ମାଇନା ଏବଂ ୧୬୪ ବୟାନ ମାଜିଷ୍ଟ୍ରେଟଙ୍କ ନିକଟରେ ଦେବା ପରେ ପୋଲିସ ବୁଧବାର ଅଭିଯୁକ୍ତ ଯୁବକ ସୁଶାନ୍ତ କୁମାର ନାଏକକୁ କେସ୍‌ ନଂ ୪୩/୨୨ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା କୋକସରା ଥାନାଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri