ଶ୍ୱଶୁର ଘରେ ପଶି ଜ୍ୱାଇଁଙ୍କ ହାଇଡ୍ରାମା: ଶାଶୁଙ୍କୁ ଆକ୍ରମଣ ସହ ଅସଦାଚରଣ ପରେ ଜେଲ ଗଲେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖଇରପଙ୍କ ଗ୍ରାମର ବି. ହରି କନ୍ୟାରିଙ୍କୁ ମଙ୍ଗଳବାର କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ଗିରଫ କରି ସାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୪୩/୨୫ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।
ଅଭିଯୁକ୍ତ ହରି ସୋମବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ କେ.ନୂଆଗାଁ ରେ ରହୁଥିବା ତାଙ୍କ ଶାଶୁ ଶଶୀ କନ୍ୟାରିଙ୍କ ଘରେ ପହଞ୍ଚି କବାଟ ବାଡାଇଥିଲେ। ଶଶୀ ତାଙ୍କ ଝିଅ ଓ ବୋହୂଙ୍କ ସହ ଘରେ ଶୋଇଥିଲେ। ପାଟି ଶୁଣି କବାଟ ଖୋଲିବାରୁ ଜ୍ୱାଇଁ ତାଙ୍କୁ ଆପତ୍ତିଜନକ ଭାବେ ଗାଳିଗୁଲଜ କରିଥିଲେ। ଏପରିକି ଯେତେ କେସ୍‌ କଲେ ବି ତାଙ୍କର କିଛି ହେବ ନାହିଁ। ସେ ତାଙ୍କ ଝିଅ ଏବଂ ପରିବାରର ସମସ୍ତଙ୍କୁ ଜୀବନରେ ମାରିଦେବା ପାଇଁ ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ସେ ଶାଶୁଙ୍କୁ ଆକ୍ରମଣ କରିବା ସହ ଅସଦାଚରଣ କରିଥିଲେ। ପାଟି ଶୁଣି ସାହି ପଡୋଶୀ ଆସିବାରୁ ସେ ସେଠାରୁ ପଳାଇଥିଲେ। ଏନେଇ ଶଶୀ କେ.ନୂଆଗାଁ ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଫାଣ୍ଡି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
କେ.ନୂଆଗାଁ ଗ୍ରାମର ସ୍ବର୍ଗତ କୁତୁଲି କନ୍ୟାରିଙ୍କ କନ୍ୟା ଆଦି କନ୍ୟାରିଙ୍କୁ ପ୍ରାୟ ୧୫ ବର୍ଷ ପୂର୍ବେ ହରି ବିବାହ କରିଥିଲେ। ସ୍ତ୍ରୀ ଆଦିଙ୍କୁ ହରି ସଦାସର୍ବଦା ମାଡ଼ ମାରି ଯୌତୁକ ନିର୍ଯାତନା ଦେବାରୁ ସେ ଗତ ମାର୍ଚ୍ଚ ୩୦ ତାରିଖରେ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଘଟଣାର ତଦନ୍ତ କରାଯାଇ ଥାନା ମାମଲା ନଂ.୧୦୫/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ପୂର୍ବରୁ ତାଙ୍କୁ ଗିରଫ କରାଯାଇଥିଲା ବୋଲି ତଦନ୍ତକାରୀ ଅଧିକାରୀ ଏସ. ଆଇ କହିଛନ୍ତି।
Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri