ଶ୍ୱଶୁର ଘରେ ପଶି ଜ୍ୱାଇଁଙ୍କ ହାଇଡ୍ରାମା: ଶାଶୁଙ୍କୁ ଆକ୍ରମଣ ସହ ଅସଦାଚରଣ ପରେ ଜେଲ ଗଲେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖଇରପଙ୍କ ଗ୍ରାମର ବି. ହରି କନ୍ୟାରିଙ୍କୁ ମଙ୍ଗଳବାର କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ଗିରଫ କରି ସାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୪୩/୨୫ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।
ଅଭିଯୁକ୍ତ ହରି ସୋମବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ କେ.ନୂଆଗାଁ ରେ ରହୁଥିବା ତାଙ୍କ ଶାଶୁ ଶଶୀ କନ୍ୟାରିଙ୍କ ଘରେ ପହଞ୍ଚି କବାଟ ବାଡାଇଥିଲେ। ଶଶୀ ତାଙ୍କ ଝିଅ ଓ ବୋହୂଙ୍କ ସହ ଘରେ ଶୋଇଥିଲେ। ପାଟି ଶୁଣି କବାଟ ଖୋଲିବାରୁ ଜ୍ୱାଇଁ ତାଙ୍କୁ ଆପତ୍ତିଜନକ ଭାବେ ଗାଳିଗୁଲଜ କରିଥିଲେ। ଏପରିକି ଯେତେ କେସ୍‌ କଲେ ବି ତାଙ୍କର କିଛି ହେବ ନାହିଁ। ସେ ତାଙ୍କ ଝିଅ ଏବଂ ପରିବାରର ସମସ୍ତଙ୍କୁ ଜୀବନରେ ମାରିଦେବା ପାଇଁ ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ସେ ଶାଶୁଙ୍କୁ ଆକ୍ରମଣ କରିବା ସହ ଅସଦାଚରଣ କରିଥିଲେ। ପାଟି ଶୁଣି ସାହି ପଡୋଶୀ ଆସିବାରୁ ସେ ସେଠାରୁ ପଳାଇଥିଲେ। ଏନେଇ ଶଶୀ କେ.ନୂଆଗାଁ ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଫାଣ୍ଡି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
କେ.ନୂଆଗାଁ ଗ୍ରାମର ସ୍ବର୍ଗତ କୁତୁଲି କନ୍ୟାରିଙ୍କ କନ୍ୟା ଆଦି କନ୍ୟାରିଙ୍କୁ ପ୍ରାୟ ୧୫ ବର୍ଷ ପୂର୍ବେ ହରି ବିବାହ କରିଥିଲେ। ସ୍ତ୍ରୀ ଆଦିଙ୍କୁ ହରି ସଦାସର୍ବଦା ମାଡ଼ ମାରି ଯୌତୁକ ନିର୍ଯାତନା ଦେବାରୁ ସେ ଗତ ମାର୍ଚ୍ଚ ୩୦ ତାରିଖରେ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଘଟଣାର ତଦନ୍ତ କରାଯାଇ ଥାନା ମାମଲା ନଂ.୧୦୫/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ପୂର୍ବରୁ ତାଙ୍କୁ ଗିରଫ କରାଯାଇଥିଲା ବୋଲି ତଦନ୍ତକାରୀ ଅଧିକାରୀ ଏସ. ଆଇ କହିଛନ୍ତି।
Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri