ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ନିବାସୀ। ଏମାନେ ପୂର୍ବରୁ ଜେଲ୍‌ ଯାଇଥିଲେ। ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ ବୁଧବାର ସକାଳୁ ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଆଜି ସକାଳୁ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ। ସକାଳୁ ଝିଅକୁ ସ୍କୁଲ ଛାଡିବାକୁ ବାହାରିଥିଲେ ସହଦେବ। ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ...

ନବୀନ ପଟ୍ଟନାୟକଙ୍କ ଗୁମର ଖୋଲିଲେ ପୂର୍ବତନ ପୋଲିସ ଡିଜି: ରାଜ୍ୟରେ ପଡିଗଲା ଚହଳ

ଭୁବନେଶ୍ୱର,୨୨।୧: ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ୍‌ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଛି। ଏହି...

କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର...

ଖାଲି ଆଖିରେ ଦେଖାଯିବ ୪ ଗ୍ରହ

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ...

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri