ନିଜଠାରୁ ୧୬ ବର୍ଷ ସାନ ରେଖାଙ୍କୁ ବିନା ଅନୁମତିରେ ଚୁମ୍ବନ ଦେଇ ଚର୍ଚ୍ଚାକୁ ଆସିଥିଲେ ଏହି ଅଭିନେତା

ସାଉଥ୍‌ ଫିଲ୍ମ ସୁପରଷ୍ଟାର କମଲ ହାସନ ଆଜି ୬୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୭ ନଭେମ୍ବର ୧୯୫୪ରେ ତାମିଲନାଡୁର ପାରାମକୁଡିରେ ଜନ୍ମଗ୍ରହଣ କରିଥିଲେ। ସେ ତାମିଲ ସିନେମାଠାରୁ ବଲିଉଡ ପର୍ଯ୍ୟନ୍ତ ସେ ନିଜର ଚମତ୍କାର ଅଭିନୟର ଦକ୍ଷତା ଦେଖାଇଛନ୍ତି। କମଲ ନିଜ କ୍ୟାରିୟରେ ଥରେ ଏମିତି କିଛି ସିନ୍‌ କରିଥିଲେ, ଯାହା ଚର୍ଚ୍ଚାରେ ଥିଲା।
ସାଉଥ୍‌ ଅଭିନେତ୍ରୀ ରେଖା ଏବଂ କମଲ ହାସନ ଫିଲ୍ମ ‘ପୁନ୍ନାଗଇ ମାନ୍ନନ’ରେ କାମ କରିଥିଲେ। ଏହି ଫିଲ୍ମ ସହିତ ଜଡିତ ଏକ ଭିଡିଓ ଭାଇରାଲ ହୋଇଥିଲା। ଭିଡିଓରେ ସେ କମଲଙ୍କ ସହ ଶୁଟିଂ ହୋଇଥିବା ଚୁମ୍ବନ ବିଷୟରେ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। ଭିଡିଓରେ ରେଖା କହିଥିଲେ ଯେ ଫିଲ୍ମର ଚୁମ୍ବନ ଦୃଶ୍ୟ ତାଙ୍କ ବିନା ଅନୁମତିରେ କରାଯାଇଛି। ଏହି ଘଟଣା ତାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପରେ ଏନେଇ ସେ ଫିଲ୍ମର ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ। ରେଖାଙ୍କୁ ସେତେବେଳେ ମାତ୍ର ୧୬ ବର୍ଷ ହୋଇଥିଲା। ସେ ନିର୍ଦ୍ଦେଶକଙ୍କୁ କହିଥିଲେ ଯେ ସେ ଏହି ଦୃଶ୍ୟ ବିଷୟରେ ଜାଣି ନ ଥିଲେ। ପରେ ନିର୍ଦ୍ଦେଶକ କହିଥିଲେ ଭାବିନିଅ ଏକ ବଡ ରାଜା ଛୋଟ ପିଲାକୁ ଚୁମ୍ବନ ଦେଇଛନ୍ତି।
ରେଖାଙ୍କ ଠାରୁ ଭିଡିଓରେ ମଧ୍ୟ ପ୍ରଶ୍ନ କରାଯାଇଥିଲା ଯେ ସେ ଏଥିପାଇଁ ନିର୍ମାତା ଏବଂ ସେମାନଙ୍କୁ କ୍ଷମା ମାଗିଛନ୍ତି କି? ଜବାବରେ ରେଖା କହିଥିଲେ ସେମାନେ କାହିଁକି କ୍ଷମା ମାଗିବେ? ଚଳଚ୍ଚିତ୍ରଟି ଏକ ସୁପର ହିଟ ହେଲା। ଏହା ପରେ ସେ ଅନେକ ଚଳଚ୍ଚିତ୍ର ପାଇଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri