୧ କୋଟି ଟଙ୍କାର ସୁନା ବାଣ୍ଟିଲେ ଏହି ଅଭିନେତା

ତାମିଲ ସିନେମାର ଜଣାଶୁଣା ଅଭିନେତା ସୁରିଆ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଏଥାରକମ ଥୁନିନ୍ଦହାଭାନ’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ନିର୍ଦ୍ଦେଶକ ପାଣ୍ଡିରାଜଙ୍କ ସହ ଏହି ଫିଲ୍ମର ଶୁଟିଂ ମଧ୍ୟ ଶେଷ କରିଛନ୍ତି। ଫିଲ୍ମର ନିର୍ଦ୍ଦେଶକ ପାଣ୍ଡିରାଜ ନିଜେ ନିଜ ଟୁଇଟର୍‌ ପୃଷ୍ଠାରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ମୋର ଦଳକୁ ସମର୍ଥନ କରିଥିବାରୁ ମୁଁ ମୋର ପ୍ରଡକ୍ସନ ହାଉସ ସନ ପିକ୍ଚର୍ସ, ଆମର ହିରୋ ସୁରିଆ ସାର୍‌ ଏବଂ କ୍ୟାମେରାମ୍ୟାନ ରତ୍ନାଭେଲୁଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି। ମୁଁ ତୁମକୁ ଶୀଘ୍ର ଏହା ବିଷୟରେ ଅଧିକ ଅପଡେଟ କରିବି। ଫିଲ୍ମର ଶୁଟିଂ ଶେଷ ହେବା ପରେ ସୁପରଷ୍ଟାର ସୁରିଆ ତାଙ୍କର ଏକ ମହାନ କାର୍ଯ୍ୟକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସୁରିଆ ଏକ ସ୍ମରଣୀୟ ଅନୁଭୂତି ସୃଷ୍ଟି କରିବା ପାଇଁ ‘ଏଥାରକମ ଥୁନିନ୍ଦହାଭାନ’ର ସମସ୍ତ କାଷ୍ଟ ଏବଂ ଟେକନିସିଆନଙ୍କୁ ୧ କୋଟି ଟଙ୍କା ମୂଲ୍ୟର ସୁନା ମୁଦ୍ରା ଉପହାର ଦେଇଛନ୍ତି। ତାଙ୍କ ଉପହାରରେ ଫିଲ୍ମ ଦଳର ଲୋକମାନେ ବହୁତ ଖୁସି ଅଛନ୍ତି। ସୁରିଆ ଏହି ଫଇଲ୍ମରେ ଜଣେ ଶକ୍ତିଶାଳୀ ସାମାଜିକ ଯୋଦ୍ଧା ଭାବରେ ଅଭିନୟ କରିବେ। ତାମିଲ-ତେଲୁଗୁ ସିନେମାର ପ୍ରସିଦ୍ଧ ଅଭିନେତ୍ରୀ ପ୍ରିୟଙ୍କା ମୋହନ ତାଙ୍କର ବିପରୀତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri