ବିବାହର ୨୧ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା କମଲ ସଦାନା ବିବାହର ୨୧ ବର୍ଷ ପରେ ସ୍ତ୍ରୀ ଲିଜା ଜୈନଙ୍କୁ ଛାଡ଼ପତ୍ର ଦେବେ। ଏନେଇ କମଲ ଘୋଷଣା ମଧ୍ୟ କରିସାରିଛନ୍ତି। ୨୧ ବର୍ଷ ଧରି ଏକାଠି ରହିବା ପରେ ବର୍ତ୍ତମାନ ଅଲଗା ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି ଏହି ଦମ୍ପତି।

ଏକ ସାକ୍ଷାତକାରରେ କମଲ କହିଛନ୍ତି, ୧ ଜାନୁୟାରୀ ୨୦୦୦ରେ ତାଙ୍କର ବିବାହ ହୋଇଥିଲା। ଦୁହିଁଙ୍କର ଦୁଇଟି ପିଲା ମଧ୍ୟ ଅଛନ୍ତି। ପୁଅ ଅଙ୍ଗଥ ଏବଂ ଝିଅ ଲିଆ। କମଲ ଏବେ ମୁମ୍ବାଇରେ ରହୁଥିବା ବେଳେ ଲିଜା ତାଙ୍କ ମା’ ବାପାଙ୍କ ପାଖରେ ଗୋଆରେ ରହୁଛନ୍ତି।

କମଲ ୯୦ ଦଶକରେ ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ। ସେ ଫିଲ୍ମ ‘ବେଖୁଦି’ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମ ୧୯୯୨ରେ ରିଲିଜ୍‌ ହୋଇଥିଲା। ଫିଲ୍ମରେ କାଜୋଲଙ୍କ ସହ କମଲ ଅଭିନୟ କରିଥିଲେ। ମାତ୍ର ଫିଲ୍ମଟି ସଫଳତା ପାଇପାରି ନ ଥିଲା। ୧୯୯୩ରେ ‘ଓ୍ବେ ରଙ୍ଗ୍‌’ ନାମକ ଆଉ ଏକ ଫିଲ୍ମରେ ନଜର ଆସିଥିଲେ କମଲ। ଏଥିରେ ଦିବ୍ୟା ଭାରତୀଙ୍କ ସହ ସେ ଅଭିନୟ କରିଥିଲେ। ଫିଲ୍ମଟିକୁ ଭଲ ସଫଳତା ମିଳିଥିଲା। ଏଥିସହିତ କମଲ ଫିଲ୍ମ ଫୌଜ୍‌, ବାଲି ଉମ୍ର କୋ ସଲାମ୍‌, ରକ୍‌ ଡ୍ୟାନ୍ସର, ହମ୍‌ ହୈ ପ୍ରେମୀ, ଅଙ୍ଗାରା, ମହୋବତ ପରି ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ସେ ଏକ ଫିଲ୍ମ କର୍କଶରେ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri