୩ ଲକ୍ଷ ଲୋକଙ୍କୁ ଚାକିରି ଦେବେ ଏହି ଅଭିନେତା, ଜନ୍ମଦିନରେ କଲେ ଘୋଷଣା

ବଲିଉଡ୍‌ ଅଭିନେତା ସୋନୁ ସୁଦ ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଏକ ବଡ ଘୋଷଣା କରିଛନ୍ତି। ସେ ୩ ଲକ୍ଷ ଲୋକଙ୍କୁ ଚାକିରି ଦେବା ନେଇ ଘୋଷଣା କରିଛନ୍ତି। ଏଥିପାଇଁ ସେ http://PravasiRojgar.com ନାମରେ ଏକ ଓ୍ବେବସାଇଟ୍‌ ଖୋଲିଛନ୍ତି। ଏଥିରେ ଭଲ ବେତନରେ ପ୍ରବାସୀ ଶ୍ରମିକଙ୍କ ରୋଜଗାର ଦିଆଯିବ ସହ ପିଏଫ୍‌, ଇଏସ୍‌ଆଇ ଏବଂ ଅନ୍ୟାନ୍ୟ ଲାଭ ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଛନ୍ତି।
ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରି ଏବେ ଚର୍ଚ୍ଚାରେ ଅଛନ୍ତି ସୋନୁ। ସୂଚନା ପାଇ କେଉଁଠି କୃଷକଙ୍କ ପାଇଁ ଟ୍ରାକ୍ଟର ପଠାଉଛନ୍ତି ତ ଆଉ କାହାକୁ ଚାକିରି ଦେଉଛନ୍ତି। ଏହି କାରଣରୁ ଲୋକେ ତାଙ୍କୁ ଏବେ ଭଗବାନ ଭଳି ପୂଜିବା ଆରମ୍ଭ କଲେଣି। ୧୯୯୯ରେ ତାମିଲ ଚଳଚ୍ଚିତ୍ର ‘କାଲାଜଗର’ରେ ସେ ଫିଲ୍ମରେ ଡେବ୍ୟୁ କରିଥିଲେ। ସୋନୁ ହିନ୍ଦୀ ଫିଲ୍ମ ‘ସହିଦ-ଏ-ଆଜମ ଭଗତ ସିଂ’ରେ ଭଗତ ସିଂ ଭୂମିକା କରି ପରିଚିତ ହୋଇଥିଲେ। ଏହାପରେ ଅନେକ ଫିଲ୍ମରେ କାମ କରିଛନ୍ତି। ଅଧିକାଂଶ ଫିଲ୍ମରେ ତାଙ୍କୁ ଭିଲେନ ଚରିତ୍ରରେ ଦେଖିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri