ପାକିସ୍ତାନୀ ଅଭିନେତ୍ରୀଙ୍କ ସହ ଭାଇରାଲ ହୋଇଥିଲା ଏହି ଅଭିନେତାଙ୍କ ଫଟୋ, ବାପା କହିଥିଲେ…

ବଲିଉଡ୍‌ ଅଭିନେତା ରଣବୀର କପୁର ନିକଟରେ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଆଲିଆଙ୍କୁ ନିଜ ଜୀବନସାଥୀ କରିବା ପୂର୍ବରୁ ତାଙ୍କ ଜୀବନରେ ଅନେକ ଝିଅ ଆସିଥିଲେ । ଏମିତିକି କେତେ ଜଣଙ୍କ ସହ ତାଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ସେମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ପାକିସ୍ତାନୀ ଅଭିନେତ୍ରୀ ମାହିରା ଖାନ ।
ମାହିରାଙ୍କ ଫ୍ୟାନ ଏବଂ ଫଲୋର୍ସ ବହୁତ ଅଧିକ । ମାହିରା ବଲିଉଡ ଫିଲ୍ମ ‘ରୟିସ’ରେ ମଧ୍ୟ କାମ କରିସାରିଛନ୍ତି । ତାଙ୍କର ଏହି ଫିଲ୍ମକୁ ଦର୍ଶକ ବେଶ ପସନ୍ଦ କରିଥିଲେ। ରଣବୀରଙ୍କ ସହ ତାଙ୍କର କିଛି ଫଟୋ ଭାଇରାଲ ହୋଇଥିଲା । ଯାହାକୁ ନେଇ ସୋଲିଆଲ ମିଡିଆରେ ବେଶ ଚର୍ଚ୍ଚା ହୋଇଥିଲା ।
ମାହିରା ଖାନ ନ୍ୟୁୟର୍କରେ ରଣବୀର କପୁରଙ୍କ ସହ ଦେଖା ହୋଇଥିଲେ । ସେହି ସମୟରେ ଉଭୟଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ଫଟୋରେ ଉଭୟ ସିଗାରେଟ ଟାଣୁଥିବାର ନଜର ଆସିଥିଲେ । ଏହି ଫଟୋ ସାମ୍ନାକୁ ଆସିବା ପରେ ମାହିରା ଏବଂ ରଣବୀରଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହି ଫଟୋ ସହ ରଣବୀରଙ୍କ ବାପା ଅଭିନେତା ଋଷି କପୁରଙ୍କ ପ୍ରତିକ୍ରିୟା ମଧ୍ୟ ଭାଇରାଲ ହୋଇଥିଲା ।
ଋଷି କପୁର କହିଥିଲ ଯେ, ରଣବୀର ଜଣେ ଯୁବ ଅଭିନେତା । ସେ କାହାକୁ କେଉଁଠାରେ ବି ଭେଟିପାରିବେ । ଅଭିନେତା ଏହା ମଧ୍ୟ କହିଥିଲେ ଯେ, ଏହି ଫଟୋ ସେ ଟୁଇଟରରେ ଦେଖିଥିଲେ । କାରଣ ସେ ଅନ୍ୟ ସୋସିଆଲ ମିଡିଆ ସାଇଟ୍‌ରେ ନାହାନ୍ତି। ରଣବୀର କହିଥିଲେ, ସେ ଅବିବାହିତ ଏବଂ ଜଣେ ଅବିବାହିତ କୌଣସି ଯୁବତୀଙ୍କୁ ଭେଟିପାରିବ । ଏହାର ଅର୍ଥ ନୁହେଁ ଯେ ଉଭୟ ଉଭୟଙ୍କୁ ଡେଟ କରୁଛନ୍ତି । ଯଦି ସେମାନେ ଡେଟ କରୁଥାନ୍ତି ତେବେ ମୁମ୍ବାଇରେ ସମସ୍ତଙ୍କୁ ଏହା ଜଣାଥାନ୍ତା ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri