ସ୍ବପ୍ନର କାର୍‌ କିଣିଲେ ଏହି ଅଭିନେତ୍ରୀ, ଦାମ୍‌ ଜାଣିଲେ…

ମୁମ୍ବାଇ: ପ୍ରସିଦ୍ଧ ଟେଲିଭିଜନ ଅଭିନେତ୍ରୀ ଅବନୀତ କୌର୍‌ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ବାସ୍ତବରେ ଏହି ଅଭିନେତ୍ରୀ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ୨୦ ବର୍ଷ ବୟସରେ ଅବନୀତ ଅନେକ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ପ୍ରଶଂସକଙ୍କ ଫଲୋ ଦୃଷ୍ଟିରୁ ଏହି ବୟସରେ ମଧ୍ୟ ଅଭିନେତ୍ରୀ ବଡ଼ ଅଭିନେତ୍ରୀ/ଅଭିନେତାଙ୍କ ସହିତ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖାଯାଏ। ସୋସିଆଲ ମିଡିଆ ମାଧ୍ୟମରେ ସେ ତାଙ୍କ ପ୍ରଶଂସକଙ୍କ ସହିତ ଯୋଡ଼ି ହୋଇ ରହିବାକୁ ସବୁବେଳେ ଚେଷ୍ଟା କରିଥାନ୍ତି। ଏହି କାରଣରୁ ତାଙ୍କର କୋଟିକୋଟି ଫଲୋଅର୍ସ ଅଛନ୍ତି। ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌ ଥିବା ଅଭିନେତ୍ରୀ ଅନେକ ସମୟରେ ନିଜର ଚମତ୍କାର ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କର ଫଟୋଗୁଡ଼ିକୁ ବହୁତ ପସନ୍ଦ କରନ୍ତି ।

ବର୍ତ୍ତମାନ ଅବନୀତ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ନୂଆ ପୋଷ୍ଟ ଶେୟାର କରି ପ୍ରଶଂସକଙ୍କ ସହ ଏକ ବିଶେଷ ମୁହୂର୍ତ୍ତ ବାଣ୍ଟିଛନ୍ତି। ସେ କ୍ୟାପଶନରେ ଲେଖିଛନ୍ତି, ମୋ ସ୍ବପ୍ନ ସତ ହେବାର ବର୍ଷ। ପ୍ରକୃତ କଥା ହେଲା ସେ ଏକ ନୂଆ ରେଞ୍ଜ ରୋଭର ଗାଡ଼ି କିଣିଛନ୍ତି।
ଏହି କାର୍‌ର ମୂଲ୍ୟ ୧.୨ କୋଟି। ସୋସିଆଲ ମିଡିଆରେ କାର୍‌ ସହିତ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରିଛନ୍ତି।

ଏ ତ ଗଲା ତାଙ୍କ ବ୍ୟକ୍ତିଗତ କଥା ଯଦି ତାଙ୍କ ଓ୍ବାର୍କ ଫ୍ରଣ୍ଟ ବିଷୟରେ କହିବା ତେବେ ଛୋଟ ପରଦାରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅବନୀତ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଏଣ୍ଟ୍ରି କରିବେ। କଙ୍ଗନା ରାଣାଓ୍ବତଙ୍କ ମଣିକର୍ଣ୍ଣିକା ଫିଲ୍ମସ ବ୍ୟାନରେ ‘ଟିକୁ ଓ୍ବେଡ୍ସ ଶେରୁ’ରେ ଅବନୀତ ନଜର ଆସିବେ। ତାଙ୍କ ସହ ବଲିଉଡ୍‌ର ଭେଟେରାନ ନଓ୍ବାଜୁଦ୍ଦିନ ସିଦ୍ଦିକ୍‌ ମଧ୍ୟ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଦର୍ଶକଙ୍କ ସାମ୍ନାକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri