ମା’ ହେବା ପରେ ପାର୍ଟି ଦେଲେ ଏହି ଅଭିନେତ୍ରୀ

କୋଲକାତା: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଆଜିକାଲି ମା’ ହେବା ପରେ ଚର୍ଚ୍ଚାକୁ ଆସୁଛନ୍ତି। ଗତ ଅଗଷ୍ଟ ୨୬ରେ ସେ ଇଶାନ ନାମକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହା ପରଠାରୁ ନୁସରତ ତାଙ୍କ ମାତୃତ୍ୱକୁ ଉପଭୋଗ କରିବା ସହ ସୋସିଆଲ ମିଡିଆରେ ଫଟୋ ଶେୟାର କରୁଛନ୍ତି।

କିଛିଦିନ ତଳେ ସେ କୋଲକାତାର ଏକ ଇଭେଣ୍ଟରେ ନଜର ଆସିଥିଲେ। ବର୍ତ୍ତମାନ ଏହି ଅଭିନେତ୍ରୀ ଏକ ପାର୍ଟି ଦେଇଥିଲେ। ଏହି ପାର୍ଟିରେ ତାଙ୍କ ସହ ୟଶଦାସ ଗୁପ୍ତା ମଧ୍ୟ ନଜର ଆସିଥିଲେ।
ନୁସରତ ଏବଂ ୟଶଙ୍କୁ ଏକ ରେଷ୍ଟୁରାଣ୍ଟରେ ଦେଖିବାକୁ ମିଳିଥିଲା। ଏହି ସମୟରେ ନୁସରତଙ୍କ କିଛି ବନ୍ଧୁ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଅଭିନେତ୍ରୀଙ୍କ ଏହି ପାର୍ଟି ଫଟୋ ଉଷୋଶୀ ସେନ ଗୁପ୍ତା ନାମକ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି। ଏହି ଫଟୋରେ ପୂର୍ବପରି ନୁସରତ ସୁନ୍ଦର ଏବଂ ଗ୍ଲାମରସ ଦେଖାଯାଉଛନ୍ତି। ପାର୍ଟିରେ ସେ ଏକ କଳା ଟପ୍‌ ଏବଂ ଧଳା-କଳା ସ୍କର୍ଟ ପିନ୍ଧିଛନ୍ତି। ୟଶ ମଧ୍ୟ ନୀଳ ରଙ୍ଗର ଟି-ଶର୍ଟ ଏବଂ ଡେନିମ ଜିନ୍ସ ପିନ୍ଧିଥିଲେ। ଉଭୟ ଫଟୋରେ ଏକାଠି ବହୁତ ଖୁସି ଦେଖାଯାଉଛନ୍ତି।

ଯେବେଠାରୁ ନୁସରତ ଗର୍ଭବତୀ ହେବାର ଖବର ଆସିଲା, ଲୋକମାନେ ଅଭିନେତ୍ରୀଙ୍କ ସନ୍ତାନର ପିତାଙ୍କ ନାମ ଜାଣିବାକୁ ଉତ୍ସାହିତ ହୋଇଥିଲେ। ବର୍ତ୍ତମାନ ଇଶାନଙ୍କ ଜନ୍ମ ପ୍ରମାଣପତ୍ର ଭାଇରାଲ ହେଉଛି। ଯେଉଁଥିରେ ତାଙ୍କ ପିତାଙ୍କ ନାମ ୟଶଦାସ ଗୁପ୍ତାଙ୍କ ନାମ ଲେଖାଯାଇଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ, ଇଶାନଙ୍କ ପିତା ହେଉଛନ୍ତି ୟଶ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?