ସ୍ବାମୀଙ୍କ ମୃତ୍ୟୁ ପରେ ମନ୍ଦିରରେ ବିବାହ କରିଥିଲେ ଏହି ଅଭିନେତ୍ରୀ: ପରେ ଦ୍ୱିତୀୟ ସ୍ବାମୀଙ୍କ ବିରୋଧରେ ଆଣିଥିଲେ ଶାରୀରିକ, ମାନସିକ ନିର୍ଯାତନା ଅଭିଯୋଗ

ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ବିଦ୍ୟା ସିହ୍ନା ଅନ୍ୟତମ। ତେବେ ନଭେମ୍ବର ୧୫ ତାରିଖ ଅର୍ଥାତ ଆଜି ବିଦ୍ୟାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ସମ୍ପର୍କିତ କିଛି କଥା। ସେ ହିନ୍ଦୀ ସିନେମାର ଜଣେ ପ୍ରମୁଖ ଅଭିନେତ୍ରୀ ଥିଲେ। ଏହାସହ ବିଦ୍ୟା ବହୁତ କମ ବୟସରୁ ବଡ଼ କଳାକାରଙ୍କ ସହ କାମ କରିବା ଆରମ୍ଭ କରିଥିଲେ।ବିଦ୍ୟା ୧୯୪୭ ମସିହା ନଭେମ୍ବର ୧୫ ତାରିଖରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ମୁମ୍ବାଇରେ ଅଧ୍ୟୟନ କରିଥିଲେ। ବିଦ୍ୟା ୧୮ ବର୍ଷ ବୟସରେ କାମ କରିବା ଆରମ୍ଭ କରିଥିଲେ। ସେ ମଡେଲିଂରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ସେ ମିସ ବମ୍ବେ ଟାଇଟଲ ମଧ୍ୟ ଜିତିଥିଲେ। ପରେ ସେ ଫିଲ୍ମ ଆଡକୁ ଅଗ୍ରସର ହୋଇଥିଲେ। ବିଦ୍ୟା ଛୋଟୁ ବିହାରୀଙ୍କ ଫିଲ୍ମ ‘ରାଜ କାକା’ରୁ ବଲିଉଡରେ କ୍ୟାରିୟର ଆରମ୍ଭ କରିଥିଲେ।
ବିଦ୍ୟାଙ୍କ ସ୍ବାମୀ ଭେଙ୍କଟେଶ୍ୱର ଲୟର ବହୁତ ଅସୁସ୍ଥ ଥିଲେ। ୧୯୯୬ ମସିହାରେ ତାଙ୍କର ମୃତ୍ୟୁ ହୋଇଥିଲା। ସ୍ବାମୀଙ୍କ ମୃତ୍ୟୁରେ ବିଦ୍ୟା ଭାଙ୍ଗି ପଡ଼ିଥିଲେ। ପରେ ବିଦ୍ୟା ସିଡନୀକୁ ପଳାଇଥିଲେ। ସେଠାରେ ସେ ଅଷ୍ଟ୍ରେଲୀୟ ଡାକ୍ତର ନେତାଜୀ ଭୀମ୍‌ରାଓ ସାଲୁନଙ୍କୁ ଭେଟିଥିଲେ। କିଛି ଦିନ ପରେ ଦୁହେଁ ଏକ ମନ୍ଦିରରେ ବିବାହ କରିଥିଲେ। ବିବାହ ପରେ ବିଦ୍ୟା ଖୁସି ହୋଇ ପାରିଲେ ନାହିଁ। ୨୦୦୨ ଜାନୁୟାରୀରେ ଦ୍ୱିତୀୟ ସ୍ବାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେଉଥିବା ସେ ଅଭିଯୋଗ ଆଣିଥିଲେ। ପରେ ଉଭୟଙ୍କ ଛାଡପତ୍ର ହୋଇଥିଲା। ଗତ ବର୍ଷ ୧୫ ଅଗଷ୍ଟରେ ୭୨ ବର୍ଷ ବୟସରେ ବିଦ୍ୟାଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri