ବୟଫ୍ରେଣ୍ଡଙ୍କ ସହ ଦୁବାଇରେ ଛୁଟି କାଟୁଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ଛୋଟ ପରଦାର ଅଭିନେତ୍ରୀ ଜସ୍ମିନ ଏବଂ ଅଲୀ ଗୋନି ବିଗ୍‌ବସ-୧୪ ଶେଷ ହେବା ପରେ ଦୁହେଁ ଦୁହିଁଙ୍କ ସହ ଅଧିକ ସମୟ ବିତାଉଛନ୍ତି। ଏହି ଦୁଇ ଯୋଡ଼ି ଏବେ ଦୁବାଇରେ ଛୁଟି ମନାଉଛନ୍ତି। ଜସ୍ମିନ-ଅଲୀ ଦୁବାଇ ବୁଲିବା ସମୟର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ ହେଉଛି। ପ୍ରଶଂସକମାନେ ଏହି ଯୋଡ଼ିଙ୍କୁ ଦେଖି ଖୁସି ହେଉଛନ୍ତି।

ଜସ୍ମିନ ତାଙ୍କ ଇନ୍‌ଷ୍ଟାଗ୍ରାମରେ ବୟଫ୍ରେଣ୍ଡ ଅଲୀଙ୍କ ସହିତ ଏକ ଫଟୋ ଶେୟାର କରି ପ୍ରଶଂସକମାନଙ୍କୁ କ୍ୟାପଶନ ଦେବାକୁ କହିଥିଲେ। ଜସ୍ମିନଙ୍କ ଅନୁରୋଧ ରକ୍ଷା କରି ପ୍ରଶଂସକମାନେ ବି ଭଲ ଭଲ କମେଣ୍ଟ ସବୁ ଦେବାରେ ଲାଗିଛନ୍ତି। ୟୁଜରମାନେ ତାଙ୍କ ଫଟୋକୁ ତାରିଫ ବି କରୁଛନ୍ତି।

ଜଣେ ୟୁଜର ଲେଖିଛନ୍ତି, ‘ନିଆଁ ଲଗାଇଦେଲ। ଆଉ ଜଣେ ୟୁଜର ଲେଖିଛନ୍ତି, ଜସ୍ମିନ ପ୍ରିନ୍ସସେସ ପରି ପ୍ରିନ୍ସଙ୍କ ସହ ଦୁବାଇରେ ଆନନ୍ଦ ଉଠାଉଛନ୍ତି। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ‘ ଜଣେ ଅନ୍ୟ ଜଣଙ୍କ ପାଇଁ’। ଏମିତି ଆହୁରି କେତେ କ’ଣ କମେଣ୍ଟରେ ଜସ୍ମିନଙ୍କ ଇନ୍‌ଷ୍ଟାଗ୍ରାମ ଭରିଯାଇଛି। ଦୁଇଜଣ ଦୁବାଇରେ ଖୁବ୍‌ ମଜା କରୁଛନ୍ତି। ଯାହା ତାଙ୍କ ଫଟୋରୁ ଜଣାପଡୁଛି। ଜସ୍ମିନ ଖୁବ୍‌ ସୁନ୍ଦର ଦେଖାଯାଉଥିବା ବେଳେ ଅଲୀ ବି ପଛରେ ନାହାନ୍ତି। ସେ ପ୍ରିଣ୍ଟେଡ ଶର୍ଟ, ଡେନିମ୍ସ ଜିନ୍ସ, ମୁଣ୍ଡରେ ସାଫା ଲଗାଇ ହ୍ୟାଣ୍ଡସମ ଦିଶୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri