ଡେଙ୍ଗୁରେ ଆକ୍ରାନ୍ତ ଏହି ଅଭିନେତ୍ରୀ

ମୁମ୍ବାଇ: ବର୍ତ୍ତମାନ ଚାରିଆଡ଼େ ଡେଙ୍ଗୁ ରୋଗ ବ୍ୟାପିଛି। ଏଥିରୁ ବି ବାଦ୍‌ ପଡୁନାହାନ୍ତି ସେଲିବ୍ରିଟି। ଆଜିକାଲି ସଲମାନ ଖାନଙ୍କ ଜଣେ ଅଭିନେତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଅଭିନେତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଖରାପ। ସେ ହେଉଛନ୍ତି ଅଭିନେତ୍ରୀ ଜରିନ ଖାନ। ଏହି ଅଭିନେତ୍ରୀଙ୍କଠାରେ ଡେଙ୍ଗୁ ପଜିଟିଭ୍‌ ମିଳିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭିନେତ୍ରୀ ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରି କହିଛନ୍ତି, ଏକ ଡାକ୍ତରୀ ଟିମ୍‌ ତାଙ୍କର ସମସ୍ତ ପରୀକ୍ଷା କରୁଛନ୍ତି।

ଖବର ଅନୁଯାୟୀ, ଅଭିନେତ୍ରୀ ଦୀର୍ଘଦିନ ଧରି ସ୍ବାସ୍ଥ୍ୟ ସମ୍ବନ୍ଧୀୟ କିଛି ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେ ଶରୀରରେ ପ୍ରବଳ ଯନ୍ତ୍ରଣା ଅନୁଭବ କରୁଥିଲେ ଏବଂ ଖୁବ୍‌ ଜ୍ୱରରେ ମଧ୍ୟ ପୀଡ଼ିତ ଥିଲେ। ବୁଧବାର ଜରିନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଅଭିନେତ୍ରୀ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅପଡେଟ୍‌ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ତାଙ୍କ ଅବସ୍ଥା ସୁଧୁରୁଛି। ଏହା ସହିତ ଅଭିନେତ୍ରୀ ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ଏକ ନିବେଦନ କରିଛନ୍ତି।

ସେ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ଡେଙ୍ଗୁ ରୋଗକୁ ରୋକିବା ପାଇଁ ସତର୍କତା ଅବଲମ୍ବନ କରିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ସେମାନଙ୍କ ଚାରିପାଖରେ ପରିଷ୍କାର ପରିଚ୍ଛନ୍ନତା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ଏପରି ପୋଷାକ ପିନ୍ଧନ୍ତୁ ଯେ ମଶା ସେମାନଙ୍କୁ କାମୁଡ଼ି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?