ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଏବଂ ବିଭିନ୍ନ ପ୍ରସଙ୍ଗରେ ତାଙ୍କ ମତାମତ ଦିଅନ୍ତି। ନିଜ ମନ୍ତବ୍ୟ ପାଇଁ ଅନେକ ସମୟରେ ସେ ଚର୍ଚ୍ଚାରେ ରହିଥାନ୍ତି। କଙ୍ଗନାଙ୍କ ଖୋଲା ମତ ବେଳେବେଳେ ତାଙ୍କ ପାଇଁ ମଧ୍ୟ ଏକ ସମସ୍ୟା ସୃଷ୍ଟି କରେ। ନିଜ ଟୁଇଟ୍‌ ବିଷୟରେ ଅନେକ ଥର ଟ୍ରୋଲର ମଧ୍ୟ ସେ ଶିକାର ହୋଇଛନ୍ତି। ଏବେ ସେ ପୁଣି ଥରେ ଏକ ଟୁଇଟ ପାଇଁ ଚର୍ଚ୍ଚାକୁ ଆସିଛନ୍ତି। କଙ୍ଗନା ରାଣାୱତ ୨୦୧୪ ନିର୍ବାଚନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଟୁଇଟ କରିଛନ୍ତି। ଏହି ଟୁଇଟ୍‌ରେ ସେ ୨୦୨୪ ନିର୍ବାଚନର ଫଳାଫଳ ବିଷୟରେ ଭବିଷ୍ୟବାଣୀ କରି ସେ କହିଛନ୍ତି, ୨୦୨୪ରେ ଭାରତର ପ୍ରଧାନମନ୍ତ୍ରୀ ମଧ୍ୟ ନରେନ୍ଦ୍ର ମୋଦି ହେବେ। କଙ୍ଗନାଙ୍କ ଟୁଇଟ୍‌କୁ କିଛି ଲୋକ ପସନ୍ଦ କରିଥିବାବେଳେ ଆଉ କିଛି ଲୋକ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଥିଲେ। କଙ୍ଗନାଙ୍କ ଟୱିଟରେ ପ୍ରତିକ୍ରିୟା ପ୍ରକାଶ କରି ଜଣେ ୟୁଜର୍ସ ଲେଖିଛନ୍ତି – କଙ୍ଗନା, ମୁଁ ତୁମର ଜଣେ ବଡ଼ ପ୍ରଶଂସକ। କିନ୍ତୁ, ଭାଜପାରେ ଏକ ନିୟମ ଅଛି ଯାହା ମୋଦି ଜୀ ନିଜେ ସ୍ଥିର କରିଛନ୍ତି। ଏହି ନିୟମ ଅନୁଯାୟୀ ୭୫ ବର୍ଷ ବୟସ ପରେ କୌଣସି ରାଜନେତା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ୨୦୨୪ରେ, ମୋଦିଙ୍କୁ ମଧ୍ୟ ୭୫ରୁ ଉର୍ଦ୍ଧ୍ୱ ବୟସ ହୋଇଥିବ। ତେବେ ଯଦି ସେ ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ଏହା ତାଙ୍କର ଦେଖାଇବା ଭଳି ବ୍ୟବହାର ପ୍ରଦର୍ଶନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri