ରଜନୀକାନ୍ତଙ୍କ ସହ ୪ଥର ଫିଲ୍ମ କରିବାକୁ ମନା କରିଦେଇଥିଲେ ଏହି ଅଭିନେତ୍ରୀ

ସୁପରଷ୍ଟାର ରଜନୀକାନ୍ତ ଗତ କିଛି ଦଶନ୍ଧି ଧରି ମନୋରଞ୍ଜନ ଇଣ୍ଡଷ୍ଟ୍ରୀରେ ସକ୍ରିୟ ଥିଲେ। ୭୨ ବର୍ଷ ବୟସରେ ମଧ୍ୟ ସେ ଗୋଟିଏ ପରେ ଗୋଟିଏ ସୁପରହିଟ ଫିଲ୍ମ ଦେଉଛନ୍ତି। ରଜନୀକାନ୍ତଙ୍କ ସହ ଫିଲ୍ମ କରିବା ଏକ ବଡ କଥା ବୋଲି ବିବେଚନା କରାଯାଏ। ସମସ୍ତେ ତାଙ୍କ ସହ କାମ କରିବାକୁ ଚାହାଁନ୍ତି କିନ୍ତୁ ବଲିଉଡରେ ଜଣେ ଅଭିନେତ୍ରୀ ଅଛନ୍ତି ଯିଏ ରଜନୀକାନ୍ତଙ୍କ ୪ଟି ଫିଲ୍ମକୁ ଥରେ ମନା କରି ଦେଇଛନ୍ତି। ସେ ହେଉଛନ୍ତି,ଐଶ୍ୱର୍ଯ୍ୟା ରାୟ ବଚ୍ଚନ।
ସେ ତାଙ୍କ କ୍ୟାରିଅରରେ ଅନେକ ସଫଳ ଚଳଚ୍ଚିତ୍ରର ଏକ ଅଂଶ ହୋଇସାରିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ରଜନୀକାନ୍ତଙ୍କ ସୁପରହିଟ ଫିଲ୍ମ ପାଡାୟାପ୍ପା ଅଫର୍‌ ଦିଆଯାଇଥିଲା କିନ୍ତୁ ଅଭିନେତ୍ରୀ କୌଣସି କାରଣରୁ ଫିଲ୍ମକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହା ବ୍ୟତୀତ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କ ‘ବାବା’, ‘ଚନ୍ଦ୍ରମୁଖୀ’ ଏବଂ ‘ଶିବାଜୀ: ଦି ବସ’ ଭଳି ଫିଲ୍ମ ମଧ୍ୟ ପାଇଥିଲେ, କିନ୍ତୁ ଅଭିନେତ୍ରୀ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ। ଏହା ପରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ରଜନୀକାନ୍ତଙ୍କ ସହ ଫିଲ୍ମ ଏନ୍ଥିରାନରେ ସ୍କ୍ରିନ୍‌ ଶେୟାର କରିଥିଲେ ଏବଂ ଫିଲ୍ମ ମଧ୍ୟ ବ୍ୟବସାୟିକ ଭାବରେ ସଫଳ ହୋଇଥିଲା।
୨୦୧୦ରେ ମୁକ୍ତିଲାଭ କରିଥିବା ଏନ୍ଥିରାନର ହିନ୍ଦୀ ନାମ ଥିଲା ରୋବଟ। ଏଥିରେ ରଜନୀକାନ୍ତ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ କେମେଷ୍ଟ୍ରୀ ଏଥିରେ ବହୁତ ପସନ୍ଦ ଆସିଥିଲା। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶକ ଥିଲେ ଶଙ୍କର। ରିଲିଜ ପରେ ‘ରୋବଟ’ ୨ଟି ଜାତୀୟ ପୁରସ୍କାର ଲାଭ କଲା। ଏହି ଚଳଚ୍ଚିତ୍ରଟି ଶ୍ରେଷ୍ଠ ସ୍ପେଶାଲ ଇଫେକ୍ଟସ ଏବଂ ବେଷ୍ଟ ପ୍ରଡକ୍ସନ ଡିଜାଇନ ପାଇଁ ପୁରସ୍କାର ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri