ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିଲେ। ବଡ ପରଦା ହେଉ କି ଛୋଟ, ସେ ସବୁବେଳେ ମା’ ଚରିତ୍ରରେ ହିଟ ହୋଇଥିଲେ । ସେ ୨୧ ଜୁନ ୧୯୫୮ରେ ଜନ୍ମଗ୍ରହଣ କରିଥିଲେ। ରିମା ଲାଗୁ ଛୋଟ ପରଦାରେ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ। ୧୯୯୪ରେ ସିରିଏଲ ‘ଶ୍ରୀମାନ ଶ୍ରୀମତି’ରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିଥିଲେ।
ଖୁବ କମ ଲୋକ ଜାଣନ୍ତି ଯେ ରିମା ଲାଗୁଙ୍କର ପ୍ରକୃତ ନାମ ଥିଲା ନୟନ ଭଡଭଡେ। ତାଙ୍କ ମା’ ମରାଠୀ ଚଳଚ୍ଚିତ୍ରର ଜଣେ ଜଣାଶୁଣା ଅଭିନେତ୍ରୀ ଥିଲେ। ରିମା ଲାଗୁ ଆରମ୍ଭରୁ ଅଭିନୟ ପ୍ରତି ଆଗ୍ରହୀ ଥିଲେ, ଯେଉଁଥିପାଇଁ ସେ ଅଧ୍ୟୟନ ଛାଡିଥିଲେ। ସେ ମରାଠୀ ସିନେମା ସହିତ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ବହୁ ବର୍ଷ ଧରି ମରାଠୀ ଚଳଚ୍ଚିତ୍ରରେ କାମ କରିବା ପରେ ସେ ଟିଭି ଇଣ୍ଡଷ୍ଟ୍ରିରେ ପ୍ରବେଶ କଲେ। ସେ ଲୋକପ୍ରିୟ ମରାଠୀ ଅଭିନେତା ବିବେକ ଲାଗୁଙ୍କୁ ବିବାହ କରିଥିଲେ। ଉଭୟଙ୍କର ଏକ ଝିଅ ଅଛି। ରିମା ଏବଂ ବିବେକଙ୍କର ବିବାହ ଅଧିକ ଦିନ ତିଷ୍ଠି ପାରି ନ ଥିଲା। ପାରସ୍ପରିକ ମତଭେଦ କାରଣରୁ ରିମା ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ। ସ୍ବାମୀଙ୍କଠାରୁ ଅଲଗା ହେବାପରେ ରିମା ତାଙ୍କ ଝିଅକୁ ଏକାକୀ ବଢାଇଥିଲେ।
୧୯୯୦ରେ ମହେଶ ଭଟ୍ଟଙ୍କ ହିଟ ଫିଲ୍ମ ‘ଆଶିକି’ ମଧ୍ୟ ରିମା ଲାଗୁଙ୍କୁ ମା’ ଭୂମିକାରେ ଅଭିନୟ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ୧୯୯୪ ଚଳଚ୍ଚିତ୍ର ‘ହମ ଆପକେ ହେନ କୌନ’ ହିନ୍ଦୀ ସିନେମାର ଏକ ମାଇଲଖୁଣ୍ଟ ଚଳଚ୍ଚିତ୍ର ଭାବରେ ବିବେଚନା କରାଯାଏ। ଏହି ଚଳଚ୍ଚିତ୍ରରେ ରିମା ଲିଡ ହିରୋଇନ ମାଧୁରୀ ଦୀକ୍ଷିତଙ୍କ ମାତା ଭୂମିକାରେ ଥିଲେ।
ରେମା ଲାଗୁ ତାଙ୍କ କ୍ୟାରିୟରରେ ହିଟ ଚଳଚ୍ଚିତ୍ର ସହିତ ଅନେକ ହିଟ ଟିଭି ଶୋ’ରେ କାମ କରିଥିଲେ। ରିମା ଲାଗୁଙ୍କ ମତ୍ୟୁ କେବଳ ସମଗ୍ର ଇଣ୍ଡଷ୍ଟ୍ରି ପାଇଁ ନୁହେଁ ବରଂ ସମଗ୍ର ଦେଶ ପାଇଁ ଆଶ୍ଚର୍ଯ୍ୟଜନକ ଥିଲା, କାରଣ ସେ ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ। ଶୁଟିଂ ପରେ ରିମା ଲାଗୁ ଘରେ ପହଞ୍ଚିବା ପରେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri