ପ୍ରେମିକଙ୍କ ହାତ ଧରିବେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ନିର୍ବନ୍ଧ ଫଟୋ

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନେ ଏବେ ହାତକୁ ଦି’ ହାତ ହେବାରେ ଲାଗିଛନ୍ତି। ନିକଟରେ ଅଭିନେତ୍ରୀ ପରିଣୀତି ଚୋପ୍ରା ଏମ୍‌ପି ରାଘବ ଚଢ଼ାଙ୍କୁ ବିବାହ କରିଥିବା ବେଳେ ଟିଭି ଅଭିନେତା ଅମିତ ଟଣ୍ଡନ ୧୬ ବର୍ଷ ପରେ ପୁଣିଥରେ ତାଙ୍କ ସ୍ତ୍ରୀ ରୁବି ଟଣ୍ଡନଙ୍କୁ ବିବାହ କରିଛନ୍ତି। ଆଜି ଅର୍ଥାତ୍‌ ଗୁରୁବାର ଟିଭି ଅଭିନେତ୍ରୀ ନେହା ବାଗା ପ୍ରଶଂସକଙ୍କ ସହ ଖୁସି ଖବର ଶେୟାର କରିଛନ୍ତି। ସେ ତାଙ୍କ ପ୍ରେମିକଙ୍କୁ ବିବାହ କରିବାକୁ ଯାଉଥିବା ଫଟୋ ଶେୟାର କରି ପ୍ରଶଂସକଙ୍କୁ ଜଣାଇଛନ୍ତି।

ନେହା ତାଙ୍କ ଦୀର୍ଘଦିନର ପ୍ରେମିକ ରେଷ୍ଟି କାମ୍ବୋଜଙ୍କ ସହ ତୁର୍କୀରେ ନିର୍ବନ୍ଧ ହୋଇଥିବାର ଫଟୋ ଶେୟାର କରିଛନ୍ତି। ଏହି କପଲ ନିଜ ନିଜ ଇନଷ୍ଟାଗ୍ରାମରେ ସେମାନଙ୍କର ଫଟୋ ଶେୟାର କରିଛନ୍ତି। ଏହା ବ୍ୟତୀତ ଦୁହେଁ ନିଜ ୟୁଟ୍ୟୁବ୍‌ ଭ୍ଲଗ୍‌ ମାଧ୍ୟମରେ ଭିଡିଓ ଶେୟାର କରିଛନ୍ତି।

ରେଷ୍ଟି ନେହାଙ୍କୁ ତୁର୍କୀରେ ଏକ ବିଶେଷ ଉପାୟରେ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ସେ ତାଙ୍କୁ ଏକ ରିଙ୍ଗ ପିନ୍ଧାଇଥିଲେ। ଏହି ଅବସରରେ ନେହାଙ୍କୁ ନାଲି ରଙ୍ଗର ଗାଉନରେ ଦେଖିବାକୁ ମିଳିଥିଲା। ରେଷ୍ଟି ବ୍ଲାକ୍‌ ଡ୍ରେସ୍‌ରେ ନଜର ଆସିଛନ୍ତି। ସେପ୍ଟେମ୍ବର ୧୯ରେ ଦୁହିଁଙ୍କର ତୁର୍କୀର ସୁନ୍ଦର ସହର କାପାଦୋସିଆରେ ନିର୍ବନ୍ଧ ହୋଇଛି। ତାଙ୍କ ଚାରିପାଖରେ ହଟ୍‌ ଏୟାର ବେଲୁନ୍‌ ଦେଖିବାକୁ ମିଳିଛି। ତେବେ ଏହି ଯୋଡ଼ି କେବେ ବିବାହ କରିବେ ସେ ସମ୍ପର୍କରେ କୌଣସି ନିର୍ଦ୍ଦିଷ୍ଟ ତାରିଖ ଘୋଷଣା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri