ଏହି ଅଭିନେତ୍ରୀଙ୍କ ଓ୍ବାର୍କଆଉଟ୍‌ ଭିଡିଓ ଭାଇରାଲ

ମୁମ୍ବାଇ: ପଶ୍ଚିମବଙ୍ଗର ଟିଏମ୍‌ସି ନେତ୍ରୀ ତଥା ବଙ୍ଗଳା ଫିଲ୍ମର ଜଣାଶୁଣା ଅଭିନେତ୍ରୀ ନୁସ୍‌ରତ ଜାହାଁ ସବୁବେଳେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଅତୀତରେ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ପରେ ତାଙ୍କର ମା’ ହେବା ଖବର ବି ଚର୍ଚ୍ଚାରେ ଥିଲା। ସବୁଠୁ ଅଧିକ ଚର୍ଚ୍ଚାରେ ଥିଲା ତାଙ୍କ ସନ୍ତାନର ପିତା କିଏ। ସେ ଯାହା ବି ହେଉ ନୁସରତ ନିଜେ ସୋସିଆଲ ମିଡିଆରେ ସ୍ପଷ୍ଟ କରିଥିଲେ କି ତାଙ୍କ ପିଲାର ପିତା ହେଉଛନ୍ତି ୟଶ ଦାସଗୁପ୍ତା। ନିକଟରେ ନୁସରତ କାଶ୍ମୀର ବୁଲିବାକୁ ଯାଇଥିଲେ। ଏହି ସମୟର କିଛି ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ପ୍ରଶଂସକମାନଙ୍କ ପାଇଁ ଶେୟାର କରିଥିଲେ। ଏବେ ନୁସ୍‌ରତଙ୍କ ଆଉ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ତାଙ୍କୁ ଜିମ୍‌ରେ ବହୁତ ବୋଲ୍ଡ ଷ୍ଟାଇଲରେ ଦେଖିବାକୁ ମିଳିଛି।

ଭିଡିଓଟିକୁ ସେ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି। ଭିଡିଓରେ ସେ ଓ୍ବାର୍କଆଉଟ୍‌ କରୁଥିବା ନଜର ଆସିଛନ୍ତି। କେଉଁ ଜିମ୍‌ ସେଣ୍ଟରରେ ଅଛନ୍ତି, ତାହା ସ୍ପଷ୍ଟ ଭାବରେ ଜଣାପଡୁନାହିଁ ମାତ୍ର ଏକ  ଇଂରାଜୀ ଗୀତ ବୋଲୁଛନ୍ତି। ଏହି ଭିଡିଓରେ ସେ ଝାଳରେ ଭିଜିଥିବାର ନଜର ଆସିଛନ୍ତି। ସେ ଏକ କଳା ଏବଂ ବାଇଗଣୀ ରଙ୍ଗର ଡ୍ରେସ୍‌ ପିନ୍ଧିଛନ୍ତି। ପ୍ରଶଂସକମାନେ ନୁସରତଙ୍କ ଏହି ଭିଡିଓକୁ ବହୁତ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri